21.1 C
Bhubaneswar
Monday, December 8, 2025
Homeଓଡିଶାଖାତାକୁ ଆସିଲା ତୃତୀୟ କିସ୍ତିର ‘ସୁଭଦ୍ରା’ ଟଙ୍କା

ଖାତାକୁ ଆସିଲା ତୃତୀୟ କିସ୍ତିର ‘ସୁଭଦ୍ରା’ ଟଙ୍କା

ଜୟପୁର: ହିତାଧିକାରୀଙ୍କ ଖାତାକୁ ଆସିଲା ତୃତୀୟ କିସ୍ତିର ‘ସୁଭଦ୍ରା’ ଟଙ୍କା । ଜୟପୁରରେ ରାଜ୍ୟସ୍ତରୀୟ କାଯ୍ୟକ୍ରମରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି କାର୍ଯ୍ୟକ୍ରମରେ ଦୁଇ ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା, ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସାଂସଦ ବଳଭଦ୍ର ମାଝୀ ଓ ବିଧାୟକ ତାରାପ୍ରସାଦ ବାହିନୀପତି ପ୍ରମୁଖ ଉପସ୍ଥିତ ଥିଲେ । ୧ କୋଟିରୁ ଅଧିକ ହିତାଧିକାରୀଙ୍କୁ ପଠାଗଲା ସୁଭଦ୍ରା ଟଙ୍କା । ଡିବିଟି ଜରିଆରେ ୫ ହଜାର ଲେଖାଏଁ ଖଟକୁ ପଠାଗଲା । ସୂଚନାଯୋଗ୍ୟ ଯେ ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ଜଣ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି । ସେହିପରି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା ଦ୍ୱିତୀୟ କିସ୍ତି ଟଙ୍କା ପାଇଛନ୍ତି । ପ୍ରଥମ କିସ୍ତି ଟଙ୍କା ଗତବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ପ୍ରଦାନ କରାଯାଇଥିଲା । ଏହା ପରେ ଚଳିତବର୍ଷ ମହିଳା ଦିବସରେ ଦ୍ବିତୀୟ କିସ୍ତି ଦିଆଯାଇଥିଲା । ପ୍ରତିବର୍ଷ ରାଖୀ ପୂର୍ଣ୍ଣିମା ଓ ମହିଳା ଦିବସରେ ସୁଭଦ୍ରା ଟଙ୍କା ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking