28.1 C
Bhubaneswar
Friday, June 20, 2025
Homeଓଡିଶାପୁରୀରେ ପହଞ୍ଚିଲା ୩ୟ ପର୍ଯ୍ୟାୟ ରଥକାଠ

ପୁରୀରେ ପହଞ୍ଚିଲା ୩ୟ ପର୍ଯ୍ୟାୟ ରଥକାଠ

ଭୁବନେଶ୍ୱର : ଚଳିତବର୍ଷ ରଥଯାତ୍ରା ପାଇଁ ନୟାଗଡ ବନଖଣ୍ଡରୁ ଆଜି ତୃତୀୟ ପର୍ଯ୍ୟାୟରେ ଗୋଟିଏ ରଥକାଠ ବୋଝେଇ ଟ୍ରକ ପୁରୀରେ ଆସି ପହଞ୍ଚିଛି। ଏଥିରେ ସମୁଦାୟ ୧୩ଟି ଫାସୀ କାଠ ରହିଛି।

ଚଳିତବର୍ଷ ରଥଯାତ୍ରା ପାଇଁ ମୋଟ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ରହିଛି। ତେଣୁ ଚଳିତ ରଥଯାତ୍ରା ପାଇଁ ୭୯୬ ଖଣ୍ଡ କାଠର ଆବଶ୍ୟକତା ରହିଛି। ତେବେ ୭୯୬ ଖଣ୍ଡରୁ ଆଜି ପର୍ଯ୍ୟନ୍ତ ମୋଟ ୬୨ ଖଣ୍ଡ ବର୍ତମାନ ସୁଦ୍ଧା ପୁରୀରେ ପହଂଚିଥିବା ବେଳେ ବଳକା ୭୩୪ ଖଣ୍ଡ କାଠ ପର୍ଯ୍ୟାୟ କ୍ରମେ ଆସି ପହଞ୍ଚିବ ।

ଗତ ସରସ୍ୱତୀ ପୂଜା ଦିନ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ତିନୋଟି କାଠକୁ ପାରମ୍ପରିକ ବିଧିରେ ପୂଜାର୍ଚ୍ଚନା କରାଯାଇଥିଲା | ଆସନ୍ତା ଅକ୍ଷୟ ତୃତୀୟା ଦିନ ତିନି ରଥ ନିର୍ମାଣର ଶୁଭାରମ୍ଭ ହେବାର ବିଧି ରହିଛି। ତିନି ରଥ ନିର୍ମାଣ ପାଇଁ ପରମ୍ପରା ଅନୁଯାୟୀ ଆସନ୍ତା ୨୧ ତାରିଖ ବୁଧବାର ଶ୍ରୀରାମ ନବମୀ ଠାରୁ କଟକ ସ୍ଥିତ ଖପୁରିଆ କରତକଳରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking