31.1 C
Bhubaneswar
Sunday, May 19, 2024
Homeଓଡିଶାବାଇକ ସହ ମୁହାଁମୁହିଁ ଧକ୍କା ହେଲା ଟ୍ରକ

ବାଇକ ସହ ମୁହାଁମୁହିଁ ଧକ୍କା ହେଲା ଟ୍ରକ

କନ୍ଧମାଳ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବାଲିଗୁଡା ମୁଖ୍ୟ ରାସ୍ତାର ଫିରିଙ୍ଗିଆ ହାଇସ୍କୁଲ ନିକଟରେ ଘଟିଛି ସଡକ ଦୁର୍ଘଟଣା । ବାଇକ ସହ ଧକ୍କା ହୋଇଥିଲା ଟ୍ରକ । ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ,ସୋମବାର ଫିରିଙ୍ଗିଆରୁ ବାଲିଗୁଡାକୁ ଏକ ଟ୍ରକ ଯାଉଥିଲା । ବାଲିଗୁଡାରୁ ଆସୁଥିବା ଏକ ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହାଫଳରେ ବାଇକ ଆରୋହୀ ୨ ଜଣ ରାସ୍ତାରେ ପଡିଯାଇ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଯାଇଥିଲା । ଏହାଦେଖି ସ୍ଥାନୀୟ ଲୋକେ ଅଗ୍ନିଶମବାହିନୀଙ୍କୁ ଖବର ଜଣାଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମବାହିନୀ ପହଞ୍ଚି ଗୁରୁତର ଦୁଇ ବାଇକ ଆରୋହୀଙ୍କୁ ଫିରିଙ୍ଗିଆ ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଗୁରୁତର ହୋଇଯିବାରୁ ସେମାନଙ୍କୁ ଫିରିଙ୍ଗିଆରୁ ଫୁଲବାଣୀ ଜିଲା ମୁଖ୍ୟଚିକିତ୍ସାଲୟକୁ ସ୍ଥାନାନ୍ତର କରାଯାଇଥିଲା ।

 

 

 

 

 

 

 

 

 

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking