29.1 C
Bhubaneswar
Wednesday, May 1, 2024
Homeଓଡିଶାଭାରସାମ୍ୟ ହରାଇ ବ୍ରିଜ ତଳକୁ ଓଲଟିଲା ଟ୍ରକ

ଭାରସାମ୍ୟ ହରାଇ ବ୍ରିଜ ତଳକୁ ଓଲଟିଲା ଟ୍ରକ

ଭଦ୍ରକ : ଭଦ୍ରକ ଜିଲ୍ଲା ୧୬ନଂ ଜାତୀୟ ରାଜପଥର ଗେଲପୁର ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଡ୍ରାଇଭର ଓ ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ଟ୍ରକଟି କଦଳୀ ବୋଝେଇ ଟ୍ରକଟି କଟକରୁ ବାଲେଶ୍ୱର ଅଭିମୁଖେ ଯାଉଥିଲା। ଗେଲପୁର ଛକ ନିକଟରେ ଟ୍ରକଟି ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ଡ୍ରାଇଭର ଓ ହେଲପର ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ହେଲପର ଓ ଡ୍ରାଇଭରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଭଦ୍ରକ ଗ୍ରାମାଞ୍ଚଳ ପୁଲିସ ଟ୍ରକକୁ ଜବତ କରି ଘଟଣାର ତଦନ୍ତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking