29.1 C
Bhubaneswar
Sunday, April 28, 2024
Homeଦେଶ ବିଦେଶବର ଯାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌; ୬ ମୃତ

ବର ଯାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ୍‌; ୬ ମୃତ

ଭୋପାଳ: ବର ଯାତ୍ରୀଙ୍କ ଉପରେ ମାଡ଼ିଗଲା କ୍ଷୀପ୍ର ବେଗରେ ଆସୁଥିବା ଏକ ଟ୍ରକ୍‌ । ଆଉ ତା’ ଚକା ତଳେ ଚାପି ହୋଇ ଘଟଣାସ୍ଥଳରେ ଆଖି ବୁଜିଲେ ୬ ବର ଯାତ୍ରୀ। ଏହି ଦୁର୍ଘଟଣାରେ ୧୧ ବର ଯାତ୍ରୀ ଗୁରୁତର ହୋଇଛନ୍ତି। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ଗତ ରାତିରେ ମଧ୍ୟ ପ୍ରଦେଶ ରାଇସେନ ଜିଲ୍ଲା ସୁଲତାନପୁରରେ ଘଟିଛି। ନର୍ମଦାପୁରରୁ ଆସୁଥିବା ବରଯାତ୍ରୀ ରୋଷଣୀ କରି ଯାଉଥିବା ବେଳେ ସୁଲତାନପୁରରେ ଏହି ଦୁର୍ଘଟଣା ଘଟିଛି। ବରଯାତ୍ରୀ ରାସ୍ତା ଉପରେ ନାଚଗୀତରେ ମସଗୁଲ ଥିବା ବେଳେ କ୍ଷୀପ୍ର ବେଗରେ ମାଡ଼ି ଆସୁଥିବା ଟ୍ରକ୍‌ ସେମାନଙ୍କ ଉପରେ ଚଢ଼ି ଯାଇଥିଲା। ଲୋକଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ତୁରନ୍ତ ସେମାନଙ୍କୁ ଉଦ୍ଧାର କରିଥିଲେ। ପୁଲିସ୍‌ ପହଞ୍ଚି ଆହତଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରୁ ସେମାନଙ୍କୁ ଭୋପାଳସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି। ଦୁର୍ଘଟଣା ଖବର ପାଇ ତୁରନ୍ତ ଜିଲ୍ଲାପାଳ ଓ ଏସ୍‌ପି ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking