34.1 C
Bhubaneswar
Friday, March 29, 2024
Homeଓଡିଶାଆସନ୍ତାକାଲି ଭକ୍ତଙ୍କ ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆସନ୍ତାକାଲି ଭକ୍ତଙ୍କ ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ଆସନ୍ତାକାଲି ଭକ୍ତଙ୍କ ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ଅପରାହ୍ଣ ୪ଟାରୁ ରାତ୍ର ୮ଟା ଯାଏ ସାଧାରଣ ଦର୍ଶନ ବନ୍ଦ କରାଯିବାକୁ କୁହାଯାଇଛି । ଦିଆଯାଇଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ଜ୍ୟେଷ୍ଠ କୃଷ୍ଣ ଦଶମୀ ତିଥି । ଏହି ତିଥିରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।

ରୀତିନୀତି ଅନୁଯାୟୀ ତିନି ଠାକୁରଙ୍କ ନୀତି ସମ୍ପାଦନ କରାଯିବ । ଏହି ସମୟରେ ସାଧାରଣ ଦର୍ଶନକୁ ବାରଣ କରାଯାଇଛି । ଦ୍ୱିତୀୟ ଭୋଗମଣ୍ଡପ ପରେ ଭକ୍ତ ମାନେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ । ଆପାତତଃ ଅପରାହ୍ନ ୪ଟା ଠାରୁ ରାତ୍ର ୮ଟା ଯାଏ ଭକ୍ତଙ୍କ ପାଇଁ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି କୁହାଇଛି । ରାତି ୮ଟା ପରେ ପୁଣି ପୂର୍ବ ପରି ଶ୍ରଦ୍ଧାଳୁ ମାନେ ଶ୍ରୀଜିଉଙ୍କ ଦର୍ଶନ କରିପାରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking