ଭୁବନେଶ୍ୱର: ରାଜ୍ୟରେ ସମବାୟ ନିର୍ବାଚନ ପାଇଁ ବାଟ ଫିଟିଛି । ସୁନ୍ଦରଗଡ ଜିଲ୍ଲା ସମବାୟ ବ୍ୟାଙ୍କ ନିର୍ବାଚନ ମାମଲାରୁ ବାଟ ଫିଟିଛି । ସୁନ୍ଦରଗଡ ସମବାୟ ବ୍ୟାଙ୍କ ନିର୍ବାଚନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ମାସେ ମଧ୍ୟରେ ନିର୍ବାଚନ ସଂପର୍କିତ ବିଜ୍ଞପ୍ତି ଜାରି କରିବାକୁ ନିର୍ଦ୍ଦେଶ ହୋଇଛି । ନିର୍ଦ୍ଦିଷ୍ଟ ସମୟରେ ନିର୍ବାଚନ ପ୍ରକ୍ରିୟା ସାରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସମବାୟ ନିର୍ବାଚନ ଆୟୋଗଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ନିର୍ବାଚନ ପାଇଁ ସମସ୍ତ ସହଯୋଗ ନିମନ୍ତେ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ରହିଛି ।