34.1 C
Bhubaneswar
Friday, March 29, 2024
Homeଓଡିଶାୱେଲ୍ ମାର୍କଡ ଲୋ ପ୍ରେସର ହେଲା ଲଘୁଚାପ

ୱେଲ୍ ମାର୍କଡ ଲୋ ପ୍ରେସର ହେଲା ଲଘୁଚାପ

ଭୁବନେଶ୍ୱର : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନିଭୂତ ହେବାରେ ଲାଗିଛି । ୱେଲ ମାର୍କଡ ଲୋ ପ୍ରେସର ବା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି ଏହି ଲଘୁଚାପ । ୨୪ ଘଣ୍ଟାରେ ଅବପାତରେ ପରିଣତ ହେବ ଲଘୁଚାପ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଲଘୁଚାପ । ଅକ୍ଟୋବର ୧୨ ତାରିଖ ସକାଳେ ଉତ୍ତର ଆନ୍ଧ୍ର ଦେଇ ଗତି କରିବ । ଏହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ତୀବ୍ର ଅବପାତରେ ପରିଣତ ହୋଇ ୧୨ରେ ଆନ୍ଧ୍ର ଉପକୂଳ ଛୁଇଁବ। ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ୧୧ରୁ ୧୩ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାସହ ରାଜ୍ୟରେ ୪୫ରୁ ୫୫ କିଲୋମିଟର ପ୍ରତି ଘଣ୍ଟାରେ ପବନ ବହିବାର ସମ୍ଭାବନା ରହିଛି। ବିଶେଷକରି ଗଜପତି, ଗଞ୍ଜାମ, ରାୟଗଡ଼ା ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, କନ୍ଧମାଳ, ଜଗତସିଂହପୁର, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking