25.1 C
Bhubaneswar
Monday, October 21, 2024
Homeଓଡିଶାଜାଡ଼ରେ ଥରୁଛି ସାରା ଓଡ଼ିଶା; କଲବଲ କରୁଛି କୁହୁଡ଼ି

ଜାଡ଼ରେ ଥରୁଛି ସାରା ଓଡ଼ିଶା; କଲବଲ କରୁଛି କୁହୁଡ଼ି

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଛି ଶୀତ । ଜାରି ରହିଛି ଶୀତର ପ୍ରକୋପ । ଏହାସହ ପାଗ ଶୁଖିଲା ରହିଥିବା ବେଳେ ବର୍ତ୍ତମାନ ପାଣିପାଗର କୌଣସି ନିୟାମକ ଓଡ଼ିଶାରେ ସକ୍ରିୟ ନଥିବାରୁ ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଶୀତ ଅନୁଭୂତ ହେବ । ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ତିନିଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ଏହାସହ କଛି ଜିଲ୍ଲାରେ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟରେ ତାପମାତ୍ରା ହ୍ରାସ ପାଇଥିବା ବେଳେ ଶୀତର ପ୍ରକୋପରେ ଥରୁଛି ଓଡ଼ିଶା । ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ପରିବର୍ତ୍ତନ ହେବନାହିଁ । ପରବର୍ତ୍ତୀ ସମୟରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବାର ସମ୍ଭାବନା ରହିଛି । ଏହାସହ ୩୧ ତାରିଖରୁ ଝାରସୁଗୁଡ଼ା, କେନ୍ଦୁଝର ଓ ସୁନ୍ଦରଗଡ଼ରେ ହାଲୁକା ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୧ ତାରିଖରୁ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜର କିଛି କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷେ ୨ ତାରିଖରୁ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ସ୍ଥାନରେ ହାଲୁକା ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ଭିବାଗ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking