28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗକୂଅ ଭିତରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

କୂଅ ଭିତରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଗୁଣୁପୁର: କୂଅ ମଧ୍ୟରୁ ଜଣେ ମହିଳାଙ୍କ ମୃତ ଦେହ ଉଦ୍ଧାର । ରାୟଗଡା ଜିଲ୍ଲା ଗୁଣୁପୁର ବ୍ଲକ ଅନ୍ତର୍ଗତ ବନ୍ଧୁଗୁଡା ଗ୍ରାମର ଏକ କୂଅ ମଧ୍ୟରୁ ଲକ୍ଷ୍ମୀ ଶବର ନାମକ ଜଣେ ମହିଳା ଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ସ୍ଥାନୀୟ ଗ୍ରାମବାସୀମାନେ ଆଜି ସକାଳୁ ଉକ୍ତ କୂଅ ନିକଟକୁ ଯାଇଥିବା ବେଳେ ମହିଳାଙ୍କ ମୃତ ଦେହ ଭାସୁଥିବା ଦେଖି ଅଗ୍ନିଶମ ବହିନୀ କୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ଅଗ୍ନିଶମ ବହିନୀ ଓ ପୋଲିସ ପହଞ୍ଚି ଶବ କୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଗୁଣୁପୁର ଉପଖଣ୍ଡ ଚିକିତ୍ସାଳୟ କୁ ପଠେଇଛନ୍ତି । ମୃତ୍ୟୁ ର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ଅଧିକ ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking