26.1 C
Bhubaneswar
Wednesday, January 15, 2025
Homeଓଡିଶାସଦ୍ଧ୍ୟା ସୁଦ୍ଧା ସରିବ ଅଳଙ୍କାର ସ୍ଥାନାନ୍ତରଣ କାମ : ଗଜପତି ମହାରାଜା

ସଦ୍ଧ୍ୟା ସୁଦ୍ଧା ସରିବ ଅଳଙ୍କାର ସ୍ଥାନାନ୍ତରଣ କାମ : ଗଜପତି ମହାରାଜା

ପୁରୀ : ଶ୍ରାମନ୍ଦିରରୁ ବାହାରି ଗଜପତି ମହାରାଜାଙ୍କ ପ୍ରତିକ୍ରିୟା । ଭିତର ରତ୍ନଭଣ୍ଡାରରେ ଯାହା ବି ଗହଣା ଓ ମୂଲ୍ୟବାନ ସାମଗ୍ରୀ ଅଛି, ତାକୁ ଖଟଶେଜ ଘରକୁ ସ୍ଥାନାନ୍ତର କରାଯିବ । ମହାପ୍ରଭୁଙ୍କ କୃପାରୁ ଆଜି ସନ୍ଧ୍ୟା ସୁଦ୍ଧା ଏହି କାମ ଶେଷ ହେବ ବୋଲି ଗଜପତି କହିଛନ୍ତି । ଏତିସହ ବାହାର ରତ୍ନଭଣ୍ଡାର ଅଳଙ୍କାରକୁ ଚାଙ୍ଗଡା ଘର ଓ ଫୁଲ ଘରେ ରଖାଯାଇଛି । ସମସ୍ତ ଅଳଙ୍କାର ସିସିଟିଭି ନଜରରେ ରହିଛି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି । ଅନ୍ୟପଟେ ଗଜପତି ମହାରାଜା ଆହୁରି ମଧ୍ୟ କହିଛନ୍ତି ଯେ, ରତ୍ନ ଅଳଙ୍କାର ସ୍ଥାନାନ୍ତର ପରେ ଶେଜଘରେ ତାଲା ପଡିବ । ଆଉ ନିୟମ ମୁତାବକ, ଏହାର ଚାବି ସରକାରୀ ଟ୍ରେଜେରୀରେ ରହିବ । ବାହାର ଓ ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର ପରେ ଏହାର ସ୍କାନିଂ କରାଯିବ । ଏହାପରେ ରତ୍ନଭଣ୍ଡାରକୁ ଏଏସଆଇକୁ ହସ୍ତାନ୍ତର କରାଯିବ । ଏଏସଆଇ ଏହାପରେ ଯାଇ ରତ୍ନଭଣ୍ଡାରର ମରାମତି କରିବ । ମରାମତି ସମୟରେ ଭକ୍ତଙ୍କ ଦର୍ଶନରେ କୌଣସି ଅସୁବିଧା ହେବନି ବୋଲି ଗଜପତି ମହାରାଜା ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking