29.1 C
Bhubaneswar
Friday, April 11, 2025
Homeଓଡିଶାରାଜ୍ୟରେ ଆହୁରି ୩ ଦିନ ବର୍ଷା ହେବାର ସମ୍ଭାବନା

ରାଜ୍ୟରେ ଆହୁରି ୩ ଦିନ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର: ଲଗାତାର କିଛି ଦିନ ଧରି ରାଜ୍ୟରେ ମାତ୍ରାଧିକ ବର୍ଷା ଯୋଗୁ ଲୋକେ ନାନାଦି ସମସ୍ୟାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ଏମିତି କି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ଦେଖିବାକୁ ମିଳିଛି ।ତେବେ ଆସନ୍ତା ୩ ଦିନ ପାଇଁ ପାଣିପାଗ ବିଭାଗ ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ରାଜ୍ୟର କିଛି ସ୍ଥାନରେ ଅଳ୍ପ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା କାଲି ଅର୍ଥାତ ୭ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୮ ତାରିଖ ଦିନ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ମୟୂରଭଞ୍ଜ ଓ ଢେଙ୍କାନାଳର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଥିବ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ସବିଭାଗ। ଏଥି ସହ ୯ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁରର କିଛି କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking