ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଓଡ଼ିଶା ପାଗରେ ସାମାନ୍ୟ ପରିବର୍ତ୍ତନ ଆସିଛି। ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ୟ୍ୟନ୍ତ ହ୍ରାସ ପାଇଛି। ବୌଦ୍ଧ ବ୍ୟତୀତ ରାଜ୍ୟର ସମସ୍ତ ସହରରେ ଦିନର ତାପମାତ୍ରା ୪୦ ଡିଗ୍ରି ତଳକୁ ଖସି ଆସିଛି। ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ କୋରାପୁଟ, ରାୟଗଡ଼ା, ଦେବଗଡ଼, କଳାହାଣ୍ଡି ଜିଲ୍ଲାରେ ବର୍ଷା ହୋଇଛି। ୧୧ ଓ ୧୨ ତାରିଖରେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ ଏବଂ ୧୩ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।