30.1 C
Bhubaneswar
Friday, April 26, 2024
Homeଓଡିଶାଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର : ଆଜି ଦକ୍ଷିଣ ଓଡ଼ିଶାର କିଛି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗବିତ୍‌ ଏଭଳି ପୂର୍ବାନୁମାନ କରିଛନ୍ତି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଯେ ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟ ଜିଲାଗୁଡିକରେ କାଁ ଭାଁ କିଛି ସ୍ଥାନରେ ବର୍ଷା ହେବ ବୋଲି କେନ୍ଦ୍ର ଆକଳନ କରିଛି । ଅପରପକ୍ଷେ, ଗୋଟିଏ ଦିନ ପରେ ଉତ୍ତର ଆଣ୍ଡାମାନ ଲଘୁଚାପ ହେବାର ସମ୍ଭାବନା ରହିଛି । ଯାହା ଘନୀଭୂତ ହେବାର ସମ୍ଭାବନା ରହିଛି । ୪ରୁ ୫ଦିନ ମଧ୍ୟରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗବିତ୍‌ ଆକଳନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking