31.1 C
Bhubaneswar
Wednesday, May 8, 2024
Homeଓଡିଶାଏହି ଜିଲ୍ଲାରେ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା

ଏହି ଜିଲ୍ଲାରେ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ଦୁର୍ବଳ ଯୋଗୁ ବର୍ଷାର ପରିମାଣ କମିଯାଇଛି । ଏହାରି ମଧ୍ୟରେ ଆସନ୍ତା ଦୁଇଦିନ ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆସନ୍ତା ୨୫ରୁ ୨୬ ତାରିଖ ମଧ୍ୟରେ କେତେକ ଜିଲ୍ଲାରେ ବର୍ଷା ହେବାର ଆଶଙ୍କା ରହିଛି । ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲା ଗୁଡିକ ହେଉଛି ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ । ଏଥିସହିତ ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ସେହି ସବୁ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଅଗଷ୍ଟ ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking