36.7 C
Bhubaneswar
Tuesday, April 16, 2024
Homeବ୍ରେକୀଙ୍ଗପ୍ରତି ବର୍ଷ ଭଳି ଚଳିତ ଥର ଧୁମ ଧାମରେ ପାଳନ ହେବନି ଦୁର୍ଗା ପୂଜା

ପ୍ରତି ବର୍ଷ ଭଳି ଚଳିତ ଥର ଧୁମ ଧାମରେ ପାଳନ ହେବନି ଦୁର୍ଗା ପୂଜା

ଭୁବନେଶ୍ୱର: ଦୁର୍ଗାପୂଜା ପରି ଦଶହରା ପର୍ବ ମଧ୍ୟ ବର୍ଷକରେ ଦୁଇଥର ପାଳନ କରାଯାଏ । ଜ୍ୟେଷ୍ଠମାସ ଶୁକ୍ଳଦଶମୀ ହେଉଛି ଗଙ୍ଗାମାତାଙ୍କର ଜନ୍ମଦିବସ I ଏହିଦିନ ଗଙ୍ଗାପୂଜା କରି ଗଙ୍ଗାନଦୀରେ ସ୍ନାନ କଲେ ତ୍ରିବିଧ ପାପ ଖଣ୍ଡନ ହୁଏ ବୋଲି ଏହି ତିଥିକୁ ‘ଦଶହରା’ ବା ‘ଦଶବିଧ’ ପାପହରଣ ଦିବସ କୁହାଯାଏ । ଏହି ତିଥିଟି ଲୋକମୁଖରେ ‘ଗଙ୍ଗା ଦଶହରା’ ନାମରେ ପରିଚିତ I ଅନ୍ୟ ଦଶହରା ପର୍ବଟି ଆଶ୍ୱିନ ମାସ ଶୁକ୍ଳପକ୍ଷ ଦଶମୀ ତିଥିରେ ପାଳିତ ହୁଏ । ଏହି ଦୁର୍ଗାପୂଜାର ଶେଷ ଦିବସ । ଏହି ଦଶହରା ପର୍ବ ଭାରତରେ ସର୍ବଜନବିଦିତ ପର୍ବ । ତେଣୁ ‘ଦଶହରା’ କହିଲେ ସମସ୍ତେ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି । ଏହି ଦଶହରା ଦିବସରେ ରାମଚନ୍ଦ୍ର ମାତୃଶକ୍ତି ବନଦୁର୍ଗାଙ୍କୁ ସ୍ତୁତି କରି ରାବଣର ନିଧନ ଉଦ୍ଦେଶ୍ୟରେ ଲଙ୍କା ଅଭିମୁଖେ ବିଜୟଯାତ୍ରା କରିଥିବାରୁ ଏହି ତିଥିକୁ ‘ବିଜୟା ଦଶମୀ’ କୁହାଯାଏ । ପୁଣି ଏହି ଦିବସର ଅବ୍ୟବହିତ ପୂର୍ବରୁ ସିଂହବାହିନୀ ଆଦ୍ୟା ଶକ୍ତି ଦୁର୍ଗା ଦୁର୍ଦ୍ଦମନୀୟ ମହିଷାସୁରକୁ ବଧ କରି ଦେବତାମାନଙ୍କର ମଙ୍ଗଳ ବିଧାନ କରିଥିଲେ । ଦେବୀଙ୍କ ସହ ଦାନବମାନଙ୍କର ଯୁଦ୍ଧ କନ୍ୟାମାସ ବା ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀଠାରୁ ଶୁକ୍ଳପକ୍ଷ ନବମୀ ପର୍ଯ୍ୟନ୍ତ ଷୋଳଦିନ ଧରି ଚାଲିଥିଲା । ଶୁକ୍ଳ ଅଷ୍ଟମୀ ଓ ନବମୀ ତିଥିରେ ମହାମାରୁ ହୋଇଥିଲା । ମହିଷାସୁର ସମେତ ସମସ୍ତ ଅସୁର ବଂଶ ନିପାତ ହେଲେ । ମହାମାରୁ ନବମୀ ରାତିର ଅନ୍ଧକାର ସହ ତ୍ରୈଲୋକ୍ୟରୁ ଅମଙ୍ଗଳର ଛାୟା ଅପସରି ଗଲା, ଶୁକ୍ଳ ଦଶମୀରେ ସବୁପ୍ରକାର ଶୁଭକାର୍ଯ୍ୟର ଆରମ୍ଭ ହେଲା । ଏହିଦିନ ଜଗତର ଦୁଃଖ ହରଣ ହୋଇଥିବାରୁ ଏହା ‘ଦୁଃଖହା ଦଶମୀ’ ନାମରେ ଖ୍ୟାତି ଲାଭ କରିଅଛି ବୋଲି ଆଦିକବି ଶୂଦ୍ରମୁନି ସାରଳା ଦାସ ‘ଚଣ୍ଡୀପୁରାଣ’ରେ ଲେଖିଛନ୍ତି । ‘ଦୁଃଖହା ଦଶମୀ’ ଦିନ ମହାଦଶାରୁ ଉଦ୍ଧାର ପାଇ ଦେବତାମାନେ ମହାଶକ୍ତି ବ୍ରହ୍ମମୟୀ ଦୁର୍ଗତିନାଶିନୀ ଦୁର୍ଗାଙ୍କୁ ସ୍ତୁତି କରିଥିବାରୁ ଏହି ତିଥିରେ ଦୁର୍ଗାଙ୍କର ଆରାଧନା କରାଯାଏ ।
ରାଜ୍ୟରେ ପ୍ରତିଦିନ ନୂଆ ନୂଆ ପଜିଟିଭ କେସ ସାମ୍ନାକୁ ଆସୁଛି । ଯାହାକୁ ନେଇ ସରକାରଙ୍କ ଚିନ୍ତା ବଢିଛି । ସମସ୍ତ ମୂର୍ତ୍ତି ୪ ଫୁଟ ଉଚ୍ଚର ହେବା ସହିତ ମେଲୋଡି, ଲାଇଟ ସଜ୍ଜା କିଛି ହେବନାହିଁ । ମେଲଣ କି ଦୋଳି କିଛି ପଡିବ ନାହିଁ କି ଡେକୋରେସନ ବି ହେବ ନାହିଁ । ମଣ୍ଡପରେ ୭ ରୁ ୧୦ ଲୋକ ରହିବେ । ସମସ୍ତେ ସାମାଜିକ ଦୂରତା ବଜାୟ ରଖିବା ସହିତ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ରହିଛି । ପ୍ରତିବର୍ଷ ଭଳି ଶ୍ରଦ୍ଧାଳୁ ବାହାରେ ବୁଲୁ ବୁଲି ମାଙ୍କ ଦର୍ଶନ କରିପାରିବେନି । ଦୁର୍ଗାପୂଜାରେ ପ୍ରତିବର୍ଷ ଯେପରି ମାହୋଲ ସୃଷ୍ଟି ହୁଏ ଚଳିତ ଥର ସେମିତି ହେବ ନାହିଁ । ଏହାକୁ ନେଇ ମଧ୍ୟ କୋଉଠି ନା କୋଉଠି ଭକ୍ତଙ୍କ ମନ ଫିକା ପଡିଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking