ଭୁବନେଶ୍ୱର: ରେଭେନ୍ସା ନାମ ପରିବର୍ତ୍ତନ ନେଇ କୌଣସି ପ୍ରସ୍ତାବ ନଥିବା କହିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ । ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଅଣତାରକା ପ୍ରଶ୍ନରେ ଲିଖିତ ଉତ୍ତର ରଖି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ ସୁର୍ୟ୍ୟବଂଶୀ ସୂରଜ । ଗତ ଅଗଷ୍ଟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ନାମ ପରିବର୍ତ୍ତନ ପାଇଁ ପ୍ରସ୍ତାବ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଯାହାକୁ ନେଇ ଦେଖାଦେଇଥିଲା ତୁମ୍ଭିତୋଫାନ । ରେଭେନ୍ସାର ନାମ ପରିବର୍ତ୍ତନକୁ ନେଇ ବିଭିନ୍ନ ସ୍ତରରେ ପ୍ରତିବାଦ ଆନ୍ଦୋଳନ ସହ ବିତର୍କ ସଭା ହୋଇଥିଲା । ଏବେ କିନ୍ତୁ ରେଭେନ୍ସା ନାମ ପରିବର୍ତ୍ତନ ନେଇ କୌଣସି ପ୍ରସ୍ତାବ ନଥିବା ବିଧାନସଭାରେ ଉତ୍ତର ରଖିଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ । ୧୮୬୮ ମସିହାରେ ରେଭେନ୍ସା କଲେଜ ପ୍ରତିଷ୍ଠା ହୋଇଥିବା ବେଳେ ୨୦୦୬ ନଭେମ୍ୱର ୧୫ ତାରିଖରେ ଏହା ବିଶ୍ବବିଦ୍ୟାଳୟର ମାନ୍ୟତା ପାଇଥିଲା ।










