୧୨ ତାରିଖରୁ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର : ଆସନ୍ତା ୧୨ ତାରିଖରୁ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା। ୧୨ ତାରିଖରୁ ୨୨ ତାରିଖ ମଧ୍ୟରେବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ହେବ ପରୀକ୍ଷା। ୨୬ଟି ପରୀକ୍ଷା କେନ୍ଦ୍ରରେ ୬୨ ହଜାର ୧୮୯ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ତେବେ ୭ ନଭେମ୍ବରରେ ପ୍ରକାଶ ପାଇବ ମେରିଟ ଲିଷ୍ଟ। ଓଏମ୍‌ଆର୍‌ରେ ୭୦ଟି ମଲ୍ଟିପୁଲ୍‌ ଚଏସର ପରୀକ୍ଷା ହେବ। ପୂଜା ଛୁଟି ପରେ ସ୍କୁଲ ଓ କଲେଜ ଖୋଲିଲେ ପାଠ ପଢ଼ା ହେବ ବୋଲି ସୂଚନା ମିଳିଛି । ଆକ୍ରାନ୍ତ ପରୀକ୍ଷାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ଆଇସୋଲେସନ ରୁମ୍ ର ବ୍ୟବସ୍ଥା କରାଯାଇଛି । ଚଳିତଥର ୮୩ଟି ଷ୍ଟ୍ରିମରେ ନାମଲେଖା ହେଉଛି । ୧୪,୭୦୦ସିଟ୍ ପାଇଁ ଆବେଦନ କରିଛନ୍ତି ୬୨,୨୦୦ ଛାତ୍ରଛାତ୍ରୀ । ୨୬ଟି ସେଣ୍ଟରରେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେବା ସହ ନଭେମ୍ବର ୭ରେ ମେରିଟ୍ ଲିଷ୍ଟ ବାହାରିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ବିଭାଗ ସଚିବ । ପ୍ରତ୍ୟେକ ପରୀକ୍ଷା ୯୦ମିନିଟ୍ ଅବଧିର ହେବ । ଓ.ଏମ୍.ଆର. ସିଟରେ ୭୦ଟି ମଲ୍ଟିପୁଲ ଚଏସ୍ ପ୍ରଶ୍ନ ରହିବ । ଛାତ୍ରଛାତ୍ରୀମାନଙ୍କୁ ଅବଗତି ନିମନ୍ତେ କିଛି ମଡେଲ୍ ପ୍ରଶ୍ନ ୱେବସାଇଟରେ ଅପଲୋଡ୍ କରାଯାଇଛି । ଛାତ୍ରଛାତ୍ରୀ ନାମଲେଖା ନିମନ୍ତେ ଏକାଧିକ ବିଷୟରେ ପରୀକ୍ଷା ଦେବାର ସୁବିଧା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here