29.1 C
Bhubaneswar
Saturday, July 27, 2024
Homeଓଡିଶାରାଜ୍ୟରେ କମିବ ତାତି

ରାଜ୍ୟରେ କମିବ ତାତି

ଭୁବନେଶ୍ୱର : ରାଜ୍ୟରେ କମିବ ତାତି । କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ବି ହୋଇପାରେ । ଆସନ୍ତା ୨୮ ତାରିଖ ପର୍ୟ୍ୟନ୍ତ ତାପମାତ୍ରା ବଢ଼ିବା ସମ୍ଭାବନା ନାହିଁ ରାଜ୍ୟରେ । ଅପରପକ୍ଷରେ ବର୍ତ୍ତମାନ ତୁଳନାରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିବା ସମ୍ଭାବନା ଅଛି । ଗୁରୁବାର ରାଜ୍ୟର ୧୮ଟି ସ୍ଥାନରେ ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ୍‌ କିମ୍ବା ତା’ଠାରୁ ଅଧିକ ଥିଲା । ଶୁକ୍ରବାରଠୁ ପଶ୍ଚିମା ଝଡ଼ ଓ ଗୁରୁଚାପ ବଳୟ ପ୍ରଭାବରୁ ପାଗ ବଦଳିବ । ଗୁରୁଚାପ ବଳୟ ଯୋଗୁ ଜଳୀୟବାଷ୍ପ ବାୟୁମଣ୍ଡଳରେ ରହିବ । ଏହା ପଶ୍ଚିମ ପଟୁ ଆସୁଥିବା ଶୁଷ୍କ ପବନ ସଂସ୍ପର୍ଶରେ ଆସି ବର୍ଷା କରାଇବା ସମ୍ଭାବନା ଅଛି । ପାଣିପାଗ ବିଭାଗ କହିଛି, ଶୁକ୍ରବାର ଉପକୂଳ ଓଡ଼ିଶା ସହ ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ଶନିବାର ଉତ୍ତର ଉପକୂଳ ଓଡ଼ିଶା ସହ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, କନ୍ଧମାଳ, ଢେଙ୍କାନାଳ, ବୌଦ୍ଧ, ସୋନପୁର, କଳାହାଣ୍ଡି, କନ୍ଧମାଳର ଅଳ୍ପ କେତେକ ସ୍ଥାନରେ ଏବଂ ଦକ୍ଷିଣ ଉପକୂଳ ଏବଂ ରାୟଗଡ଼ା, କୋରାପୁଟର ସ୍ଥାନେ ସ୍ଥାନେ ବର୍ଷା ସମ୍ଭାବନା ଅଛି ।ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, କଟକ, ବୌଦ୍ଧ, କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା, ପବନ ହୋଇପାରେ । ୨୮ ପର୍ୟ୍ୟନ୍ତ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମୁଖ୍ୟତଃ ବର୍ଷାର ପରିମାଣ ପ୍ରାୟତଃ ହାଲୁକା ରହିବ । ଏହା ପ୍ରଭାବରେ ଦିନ ତାପମାତ୍ରା କମିବ । ହେଲେ ରାତି ତାପମାତ୍ରା କମିବନି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking