24.1 C
Bhubaneswar
Tuesday, January 20, 2026
Homeଓଡିଶା୨୦ ତାରିଖ ପର୍ଯ୍ୟନ୍ତ ବର୍ଷାରେ ଲାଗିବନି ବ୍ରେକ

୨୦ ତାରିଖ ପର୍ଯ୍ୟନ୍ତ ବର୍ଷାରେ ଲାଗିବନି ବ୍ରେକ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୦ ତାରିଖ ପର୍ୟ୍ୟନ୍ତ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କ ରହିବାକୁ ୧୪ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ଅନୁଗଳ, ବରଗଡ଼, ବାଲେଶ୍ୱର, ଭଦ୍ରକ, କଟକ, ଢେଙ୍କାନାଳ, ଦେଗଡ଼, ଜଗତସିଂହପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking