29.1 C
Bhubaneswar
Tuesday, April 28, 2026
Homeଓଡିଶାଟ୍ୱିନ୍ ସିଟିରେ ଘନ କୁହୁଡ଼ି

ଟ୍ୱିନ୍ ସିଟିରେ ଘନ କୁହୁଡ଼ି

ଭୁବନେଶ୍ୱର : ରାଜଧାନୀରେ ଘନ କୁହୁଡ଼ି। ଆଜି ବଡ଼ି ଭୋରରୁ ଟ୍ୱିନ ସିଟିରେ ସବୁ ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେଉଛି। ଏଥିଯୋଗୁ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡ଼ିଛି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳରେ ବାଧା ଉପୁଜିଛି। ରାଜଧାନୀ ଭୁବନେଶ୍ୱର ସହ କଟକରେ ବି ଆଜି ସକାଳେ କୁହୁଡ଼ିର ମୋଟା ଆସ୍ତରଣ ଜମିଛି। ଦୃଶ୍ୟମାନ ଦୂରତା ଖୁବ୍‌ କମ୍‌ ଥିବାରୁ ଲୋକେ ଯିବା ଆସିବା କରିବାରେ ଅନେକ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ସକାଳେ ଲୋକେ ଗାଡ଼ି ଲାଇଟ ଲଗାଇ ଯାତାୟତ କରୁଥିବା ଦେଖିବାକୁ ମିଳିଛି। ଏତେ କୁହୁଡି ଯେ, ମୁହଁକୁ ମୁହଁ ଦିଶୁନାହିଁ। ୧୦୦ ମିଟର ଦୂରତାରୁ ମଧ୍ୟ ମୁହଁ ଦିଶୁନି। ଫଳରେ ଗାଡିମୋଟର ଚଳାଚଳ ବାଧାପ୍ରାପ୍ତ ହୋଇଛି। ସାଧାରଣ ଜନଜୀବନ ମଧ୍ୟ ବ୍ୟାଘାତ ହୋଇଛି। ଦୀପାବଳିରେ ପ୍ରବଳ ବାଣ ଫୁଟାଇବାରୁ ପ୍ରଦୂଷଣ ବଢ଼ିଛି। ଏଥିପାଇଁ ଏପରି କୁହୁଡ଼ି ହୋଇଥିବା ସନ୍ଦେହ କରାଯାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking