33.1 C
Bhubaneswar
Friday, April 26, 2024
Homeଓଡିଶାଏ ବର୍ଷ ବି ଯୁକ୍ତ ଦୁଇରେ ୭୦ ପ୍ରତିଶତ ସିଲାବସ

ଏ ବର୍ଷ ବି ଯୁକ୍ତ ଦୁଇରେ ୭୦ ପ୍ରତିଶତ ସିଲାବସ

ଭୁବନେଶ୍ୱର: ଗତବର୍ଷ ଭଳି ଚଳିତ ବର୍ଷ ବି ଯୁକ୍ତ ଦୁଇରେ ସିଲାବସ ହ୍ରାସ କରାଯିବ । ଗତବର୍ଷ ଭଳି ଏ ବର୍ଷ ବି ୩୦ ପ୍ରତିଶତ ସିଲାବସ ହ୍ରାସ କରାଯିବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାଉନସିଲ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ମହାମାରୀ ଭଳି ସ୍ଥିତି ବଳବତ୍ତର ରହିଲେ ମୂଲ୍ୟାୟନ ପାଇଁ ବ୍ୟବସ୍ଥା କରାଯିବ । ପ୍ରଥମ ବର୍ଷ ଏବଂ ଦ୍ୱିତୀୟ ବର୍ଷରେ ଟର୍ମିନାଲ ପରୀକ୍ଷା ହେବ । ପ୍ରଥମ ବର୍ଷରେ ୩ଟି ଓ ଦ୍ୱିତୀୟ ବର୍ଷରେ ୩ଟି ଟର୍ମିନାଲ ପରୀକ୍ଷା ହେବ । ପ୍ରତି କ୍ୱାର୍ଟରରେ ୩୦ ନମ୍ବର ବିଶିଷ୍ଟ ଟର୍ମିନାଲ ପରୀକ୍ଷା ହେବ । ୩୦ ନମ୍ବରରୁ ୨୦ ନମ୍ବର ଥିଓରୀ ଓ ୧୦ ନମ୍ବର ପ୍ରାକ୍ଟିକାଲ ରହିବ । ସମସ୍ତ ଟର୍ମିନାଲ ପରୀକ୍ଷା ସଂପୃକ୍ତ କଲେଜ ପରିଚାଳନା କରିବ । ପ୍ରଥମ ବର୍ଷ ଶେଷରେ ଓ ୨ୟ ବର୍ଷ ଶେଷରେ ବାର୍ଷିକ ପରୀକ୍ଷା ହେବ । ମହାମାରୀ ସ୍ଥିତି ନ ଉପୁଜିଲେ ବାର୍ଷିକ ପରୀକ୍ଷା ଆଧାରରେ ରେଜଲ୍ଟ ପ୍ରକାଶ କରାଯିବ । ମହାମାରୀ ପାଇଁ ପରୀକ୍ଷା ବନ୍ଦ ହେଲେ ଟର୍ମ ପରୀକ୍ଷା ଭିତ୍ତିରେ ରେଜଲ୍ଟ ପ୍ରକାଶ ହେବ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଉପାଧ୍ୟକ୍ଷ ତୁଷାରକାନ୍ତି ତ୍ରିପାଠୀ ଏହି ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking