31.1 C
Bhubaneswar
Monday, March 30, 2026
Homeଓଡିଶାମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୩ ଯୁବକ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୩ ଯୁବକ ମୃତ

ଢେଙ୍କାନାଳ: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ତିନି ଜଣ ଯୁବକଙ୍କର ମୃତ୍ୟୁ ହୋଇଛି।ସୂଚନା ଅନୁଯାୟୀ, ତିନି ଯୁବକ ଏକ ସ୍କୁଟିରେ ଯାଉଥିବା ସମୟରେ ଏକ ଅଜଣା ଗାଡ଼ି ସେମାନଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଫଳରେ ଘଟଣାସ୍ଥଳରେ ହିଁ ତିନି ଯୁବକଙ୍କର ମୃତ୍ୟୁ ହୋଇଥିଲା।ଖବର ପାଇ ସଦର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ତେବେ ମୃତକ ଯୁବକମାନଙ୍କର ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ। ପୋଲିସ ଦୁର୍ଘଟଣା ଘଟାଇଥିବା ଗାଡ଼ିକୁ ଠାବ କରିବା ଏବଂ ମୃତକଙ୍କ ପରିଚୟ ଜାଣିବା ପାଇଁ ତଦନ୍ତ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking