19.1 C
Bhubaneswar
Sunday, February 8, 2026
Homeଓଡିଶାଆଜି ୨୨ ଜିଲ୍ଲାକୁ ବଜ୍ରପାତ ସତର୍କତା

ଆଜି ୨୨ ଜିଲ୍ଲାକୁ ବଜ୍ରପାତ ସତର୍କତା

ଭୁବନେଶ୍ବର : ଙ୍ଗୋପସାଗର ଉପରେ ଦୁଇଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନବର୍ତ୍ତୀ ଉପକୂଳ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ଓ ଦକ୍ଷିଣ ପୂର୍ବ ଓ ସଂଲଗ୍ନବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଆଉ ଏକ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି । ପ୍ରଭାବରେ ୧୩ ତାରିଖ ଯାଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଗତକାଲି ଅପରାହ୍ନରେ ରାଉରକେଲା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, କେନ୍ଦୁଝର, ଅନୁଗୋଳ, ଗୋପାଳପୁର, ଭୁବନେଶ୍ବର, କଟକ, ପାରାଦ୍ବୀପରେ ବର୍ଷା ପବନ ହୋଇଛି।

ରବିବାର ଦକ୍ଷିଣ-ପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ସୋମବାର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ରାଜ୍ୟର ବିଜୁଳି ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି। ୧୪ ତାରିଖରୁ ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼ ଏବଂ କଟକ ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କୋରାପୁଟ, ମାଲକାନଗିରି ଏବଂ ରାୟଗଡ଼ା ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking