28.1 C
Bhubaneswar
Friday, March 29, 2024
Homeଓଡିଶା୭ରେ ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

୭ରେ ଲଘୁଚାପ; ୨୪ ଘଣ୍ଟା ମଧ୍ୟରେ ୨୦ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର: ୭ ଅଗଷ୍ଟ ୨୦୨୨ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ୭ ଏବଂ ୮ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସଂପ୍ରତି ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍ ଲାଇନ୍ ଦୁର୍ବଳ ଅବସ୍ଥାରେ ଥିବାବେଳେ ଲଘୁଚାପ ପରେ ପୁଣିଥରେ ସକ୍ରିୟ ହେବବୋଲି ଆଶା କରାଯାଉଛି। ତବେ, ଏହା ପୂର୍ବରୁ ୭ ତାରିଖ ପର‌୍ୟ୍ୟନ୍ତ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ଲାଗିରହିବ। ଏପରିସ୍ଥିତିରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ରାଜ୍ୟର ୨୦ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking