ଭୁବନେଶ୍ୱର: ଟ୍ବିନ୍ସିଟିରେ ପ୍ରବଳ ବର୍ଷିବ । କଟକ ଓ ଭୁବନେଶ୍ବରରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଭୁବନେଶ୍ବର ପାଇଁ ରେଡ୍ ଆଲର୍ଟ ଓ କଟକ ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।ସେହିପରି ସେପ୍ଟେମ୍ବର ୨୩ ତାରିଖ ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୨୪ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସେପ୍ଟେମ୍ବର ୨୫ ତାରିଖରେ ସବୁ ଜିଲ୍ଲାକୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିଛି ଜିଲ୍ଲା ଗୁଡ଼ିକରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି 26 ,27, 28 ତାରିଖରେ କିଛି ଜିଲାରେ ପ୍ରବଳ ବର୍ଷା ,ଘଡ ଘଡି ସହ ପବନ ହେବାର ଆଶଙ୍କାରହିଛି । ସେପ୍ଟେମ୍ବର ୨୯ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୬ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।










