27.8 C
Bhubaneswar
Wednesday, July 29, 2026
Homeଓଡିଶା୬ ଯାଏ କାଳବୈଶାଖୀ !

୬ ଯାଏ କାଳବୈଶାଖୀ !

ଭୁବନେଶ୍ବର: କାଳବୈଶାଖୀ ପ୍ରଭାବରେ ତାତି କିଛିଟା ହ୍ରାସ ପାଇଛି। ତଥାପି ସୋମବାର ରାଜ୍ୟର ୫ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଛି। ଦକ୍ଷିଣ ବଙ୍ଗୋପସାଗର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଓଡ଼ିଶା ସଂଲଗ୍ନ ଅଞ୍ଚଳ ଉପରେ ଘୂର୍ଣ୍ଣିବଳୟ ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ମଙ୍ଗଳବାର କାଳବୈଶାଖୀ ପାଇଁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଉପକୂଳ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲାରେ ୪୦ରୁ ୫୦ କି.ମି ବେଗରେ ପବନ ସହ କାଳବୈଶାଖୀ ସମ୍ଭାବନା ଅଛି। ଆସନ୍ତା ୬ ତାରିଖ ପରେ କାଳବୈଶାଖୀ ସମ୍ଭାବନା ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking