26.1 C
Bhubaneswar
Wednesday, January 15, 2025
Homeଓଡିଶା୧୩ ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା

୧୩ ବେଳକୁ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ଲୁଚକାଳି ଖେଳୁଛି । ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ବିଶେଷ ବର୍ଷା ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୩ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟାରେ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଥିବାବେଳେ ନବରଙ୍ଗପୁରରେ ସର୍ବାଧିକ ୬୦ ମିଲିମିଟର ବର୍ଷା ହେଇଛି । ରାଜ୍ୟରେ ଏବେ ସୁଦ୍ଧା ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ପାଣିପାଗ ବିଭାଗ ଆକଳନ ଅନୁସାରେ ବର୍ତ୍ତମାନ ସୁଦ୍ଧା ୩୦୪ ଦଶମିକ ୨ ମିଲିମିଟର ବର୍ଷା ହେବା କଥା କିନ୍ତୁ ୨୧୯ ଦଶମିକ ୯ ମିଲିମିଟର ବର୍ଷା ହୋଇଛି । ୧୬ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୩ଟି ଜିଲ୍ଲାରେ ସ୍ଵାଭାବିକ ବର୍ଷା ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking