ଭୁବନେଶ୍ୱର: ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ଏନେଇ ୨୮ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଚେତାବନୀ ଜାରି କରିଛି। ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା)ରେ ବଡ଼ ଧରଣର ପରିବର୍ତ୍ତନ ହେବ ନାହିଁ। ତା’ପରେ ପରବର୍ତ୍ତୀ ୪ ଦିନ ମଧ୍ୟରେ ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍ ହ୍ରାସ ପାଇବ ଏବଂ ପରେ ଆଗାମୀ ୨ ଦିନ ପାଇଁ ସର୍ବାଧିକ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ।
ପୂର୍ବାନୁମାନ ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଏବଂ ଉତ୍ତର ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅପରାହ୍ଣ/ସନ୍ଧ୍ୟା ସମୟରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଅର୍ଥାତ୍ ୨୨ତାରିଖରେ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୩ରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ୨୪ରେ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନୂଆପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୫ରେ ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୬ରେ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ଼, ଦେଓଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର ଏବଂ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୭ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ୨୮ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ଅପରପକ୍ଷେ ଆସନ୍ତା ୨୭ରେ ପଶ୍ଚିମ କେନ୍ଦ୍ରୀୟ ଓ ଏହାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ଲଘୁଚାପ ସୃଷ୍ଟି ହେବାର ୨ ଦିନ ଭିତରେ ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି ବିଭାଗ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଏହି ବର୍ଷା ମୌସୁମୀ ଅଗ୍ରସରକୁ ଆହୁରି ସକ୍ରିୟ କରିବ। ସକ୍ରିୟ ରହିଲେ ଓଡ଼ିଶା ଆଗମନ ନେଇ ବାଟ ଫିଟିବ। ତେବେ ପାଗ ଅନୁକୂଳ ସହ ଆଗାମୀ ୨ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଉପକୂଳ ଛୁଇଁବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି। ଫଳରେ ଏଥର ଶୀଘ୍ର ମୌସୁମୀ ଆସିବା ଆକଳନ ସତ ହେବ। ଏବେ ପାଣିପାଗ ଅନୁକୂଳ ପରେ ଆସନ୍ତା ୩ ଦିନ ମଧ୍ୟରେ ମୌସୁମୀ ବାୟୁ କେରଳରେ ପ୍ରବେଶ କରିବ। ଏହାପରେ ମୌସୁମୀ ସକ୍ରିୟ ରହିଲେ ଓଡ଼ିଶା ଆଗମନ ନେଇ ବାଟ ଫିଟିବ। ସାଧାରଣତଃ ଜୁନ୍ ଦ୍ୱିତୀୟ ସପ୍ତାହରେ ଓଡ଼ିଶାରେ ପ୍ରବେଶ କରିଥାଏ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ହେଲେ ଏଥର କେରଳ ମୌସୁମୀ ସଅଳ ଆସିଲେ ଓଡ଼ିଶା ବି ଶୀଘ୍ର ଆସିବ ବୋଲି ଆକଳନ କରିଛି ବିଭାଗ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ ଓ ୨୭ ଏହି ଦୁଇଦିନ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ଦକ୍ଷିଣ ଓଡ଼ିଶାର ରାୟଗଡ଼ା କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ।