19.1 C
Bhubaneswar
Friday, February 13, 2026
Homeଓଡିଶାଆଜି ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଆଜି ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ

ଭୁବନେଶ୍ବର : ଉତ୍ତର ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଶନିବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୨୪ ତାରିଖରୁ ରାଜ୍ୟର ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ପ୍ରଭାବରେ ଆସନ୍ତା ୩ଦିନ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାକୁ ବଜ୍ରପାତ ପାଇଁ ସତର୍କ ସୂଚନା ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking