32.1 C
Bhubaneswar
Friday, April 18, 2025
Homeଓଡିଶାତାଣ୍ଡବ ରଚିବ କାଳବୈଶାଖୀ: ୪୦ରୁ ୫୦ କିମି ବେଗରେ ବହିବ ପବନ

ତାଣ୍ଡବ ରଚିବ କାଳବୈଶାଖୀ: ୪୦ରୁ ୫୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: ଆହୁରି ୭ ଦିନ ତାଣ୍ଡବ ରଚିବ କାଳବୈଶାଖୀ। ଆଗାମୀ ୭ ଦିନ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ବହିବ। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବର୍ଷା ପ୍ରଭାବରେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ଆଗାମୀ ୨୪ ଘଣ୍ଟାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ। ସେହିପରି ଝଟକା ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ରହିବ। ଯାହାକୁ ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ବହିବ। ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଗଞ୍ଜାମ ଓ ଗଜପତି । ସେହିପରି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁପୁଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ମଧ୍ୟ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନ ୪୦ରୁ ୫୦ କିମି ବେଗରେ ବହିବ ।

ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୬ ତାରିଖରେ ବର୍ଷା ଆହୁରି ବଢ଼ିବ। କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ରାୟଗଡ଼ା, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ହେବ। ସେପଟେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରପଡ଼ା ଓ ଯାଜପୁର ଜିଲ୍ଲାରେ ମଧ୍ୟ ବର୍ଷା ପବନ ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ରହିବ। ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୭ ତାରିଖରେ ବର୍ଷା ସାମାନ୍ୟ ହ୍ରାସ ହେଲେ ମଧ୍ୟ ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ ୪୦ରୁ ୫୦ କିମି ରହିବ। ଏଥିପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୮ ତାରିଖ ପାଇଁ ୱାର୍ଣ୍ଣିଂ ନଥିଲେ ମଧ୍ୟ ବର୍ଷା ରହିବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଗଜପତି, ଗଞ୍ଜାମ, କନ୍ଧମାଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ବର୍ଷା ହେବ। ୧୯ ତାରିଖ ବେଳକୁ ବର୍ଷା ଆହୁରି କମିଲେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁପୁଳ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ଓ ମୟୂରଭଞ୍ଜ ଜିଲ୍ଲାରେ କିଛି ସ୍ଥାନରେ ବର୍ଷା ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking