ଭୁବନେଶ୍ୱର: ବିହାର ଓ ଆଖପାଖ ଅଂଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲା ସାମିଲ ରହିଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ବଜ୍ରପାତ ଏବଂ କୁଆପଥର ବର୍ଷା , ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି । କାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ବିଭାଗ ପରାମର୍ଶ ଦେଇଛି । ୧୯ ତାରିଖ ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।