28.1 C
Bhubaneswar
Friday, March 29, 2024
Homeଓଡିଶାଆସନ୍ତା ତିନି ଘଣ୍ଟା ପାଇଁ ଏହି ଜିଲ୍ଲାକୁ ସତର୍କ ସୂଚନା

ଆସନ୍ତା ତିନି ଘଣ୍ଟା ପାଇଁ ଏହି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଆସନ୍ତାକାଲି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାରି ପ୍ରଭାବରେ ଆଜି ଏବଂ ଆସନ୍ତାକାଲି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଜୁଲାଇ ୨୭ ତାରିଖ ଯାଏ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତା ୨୫ ଯାଏଁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ଭିତରକୁ ନ ଯିବାକୁ ବାରଣ କରିଛନ୍ତି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ।

ଅନୁଗୋଳ, ଢେଙ୍କାନାଳ,ଦେବଗଡ଼, କନ୍ଧମାଳ , ନୟାଗଡ଼, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା (INCLUING ଭୁବନେଶ୍ବର), କଟକ (ଅନ୍ତର୍ଭୁକ୍ତ କଟକ CITY), ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ନୂଆପଡା , ଝାରସୁଗୁଡ଼ା, ଢେଙ୍କାନାଳ, ଗଜପତି, ରାୟଗଡା , ସମ୍ବଲପୁର ଏବଂ ଯାଜପୁର ଜିଲ୍ଲାରେ ଆସନ୍ତା ତିନି ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସହ ବଜ୍ରପାତ ଓ ଘଡଘଡି ହୋଇପାରେ ବୋଲି ପାଣିପାଗ ବିଭାଗ କହିଛି ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଲଘୁଚାପ ପ୍ରଭାବରୁ ଶୁକ୍ରବାର ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହେବ ।

୨୪ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମାଲକାନଗିରି, କୋରାପୁଟ, ବରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୨୫ ତାରିଖ ଦିନ ମୟୂରଭଞ୍ଜ ଓ କେନ୍ଦୁଝର ଏବଂ ୨୬ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ମାଲକାନଗିରି ଓ କୋରାପୁଟ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking