27.1 C
Bhubaneswar
Thursday, May 29, 2025
Homeଓଡିଶାବାରବାଟୀ ଷ୍ଟାଡିୟମରେ ଟିକେଟ ପାଇଁ ଦଳାଚକଟା; ୧୦ ଆହତ

ବାରବାଟୀ ଷ୍ଟାଡିୟମରେ ଟିକେଟ ପାଇଁ ଦଳାଚକଟା; ୧୦ ଆହତ

କଟକ: ଆରମ୍ଭ ହୋଇଛି ଅଫଲାଇନ୍ ଟିକେଟ ବିକ୍ରି । ଆସନ୍ତା ଭାରତ-ଇଂଲଣ୍ଡ ଏକଦିବସୀୟ ମ୍ୟାଚ ପାଇଁ ଆଜିଠୁ ଆରମ୍ଭ ହୋଇଛି ଅଫଲାଇନ ଟିକେଟ ବିକ୍ରି । ଅଲାଇନ ଟିକେଟ ମାତ୍ର କେଇ ମିନିଟରେ ଶେଷ ହୋଇଯିବା ପରେ ଅଫଲାଇଟନ ଟିକେଟ ପାଇଁ କାଉଣ୍ଟର ଆଗରେ ଅସମ୍ଭାଳ ଭିଡ । ଦଳଚକଟା ପରିସ୍ଥିତି ଉପୁଜିଛି । ଉତ୍ସାହିତ ଫ୍ୟାନ୍ସଙ୍କ ଅସମ୍ଭବ ଭିଡ ପାଇଁ ନାକେଦମ ପୋଲିସ । ହଜାର ହଜାର କ୍ରିକେଟ ଫ୍ୟାନ୍ସ କାଉଣ୍ଟର ଆଗରେ ଲମ୍ବା ଲାଇନ ଲଗାଇଛନ୍ତି ଗତକାଲି ରାତିଠୁ । ଏପଟେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି । ଫେବୃଆରୀ ୯ ତାରିଖରେ ଖେଳାଯିବ ବହୁ ପ୍ରତିକ୍ଷୀତ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ । ତେବେ ଦଳଚକଟାରେ ୧୦ରୁ ଊର୍ଦ୍ଧ୍ୱ ଲୋକ ଆହତ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ବୁଧବାରଠୁ ଆରମ୍ଭ ହୋଇଥିବା ଅଫଲାଇନ ଟିକେଟ ପାଇଁ ଗତକାଲିଠୁ ମହିଳାଙ୍କ ସମେତ ପୁରୁଷମାନେ ଲମ୍ବା ଲାଇନରେ ଘଣ୍ଟା ଘଣ୍ଟା ଧରି ଠିଆ ହୋଇଥିବା ଦେଖିବାକୁ ମିଳିଥିଲା । ବାରବାଟୀ ଷ୍ଟାଡିୟମ ପରିସରରେ ଥିବା ୪ଟି କାଉଣ୍ଟରରେ ଟିକେଟ ବିକ୍ରି ଆରମ୍ଭ ହୋଇଛି । ଏହା ପୂର୍ବରୁ ସମସ୍ତ ପ୍ରସ୍ତୁତି ଶେଷ କରିଥିଲା ଓସିଏ ଓ କମିଶନରେଟ ପୋଲିସ । ଜଣେ ବ୍ୟକ୍ତି ପିଛା ୨ଟି ଲେଖାଏଁ ଟିକେଟ ବିକ୍ରି କରିବାକୁ ଥିବାବେଳେ ଏଥିପାଇଁ ଫଟୋ ପରିଚୟ ପତ୍ର ଦେଖାଇବା ବାଧ୍ୟତାମୂଳକ କରାଯାଇଛି ।

ଆଜି ଏବଂ କାଲି ( ୫ ଏବଂ ୬ ତାରିଖ) ଦୁଇ ଦିନ ଧରି ଚାଲିବ ଅଫଲାଇନ ଟିକେଟ ବିକ୍ରି । ବୁଧବାରଠୁ ଆରମ୍ଭ ହୋଇଛି ଅଫ୍‌ଲାଇନ ଟିକଟ ବିକ୍ରି । କାଉଣ୍ଟରରେ ପ୍ରାୟ ୧୨ ହଜାର ଟିକଟ ବିକ୍ରି ହେବ । ବିରାଟ କୋହଲି, ରୋହିତ ଶର୍ମା, ଜୋସ ବଟଲରଙ୍କ ଭଳି ଖେଳାଳି ଆସୁଥିବାରୁ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ । ଅନଲାଇନ୍‌ରେ ଟିକଟ କିଣିପାରିନଥିବା କ୍ରିକେଟ୍‌ପ୍ରେମୀ ଅଫ୍‌ଲାଇନ୍‌ରେ କିଣିବାକୁ ଲମ୍ବା ଲାଇନରେ ଠିଆ ହୋଇଛନ୍ତି । ଟିକେଟ ବିକ୍ରି ପାଇଁ ଚଳିତଥର ୪ଟି ଟିକେଟ କାଉଣ୍ଟର କରାଯାଇଛି । ଭିଡ଼ ନିୟନ୍ତ୍ରଣଠାରୁ ଆରମ୍ଭ କରି ବାରବାଟୀ ଷ୍ଟାଡିୟମର ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking