ଭୁବନେଶ୍ୱର : ବାଚସ୍ପତି ସୁରମା ପାଢ଼ୀଙ୍କ ନିଦେ୍ର୍ଧଶ ପରେ ଛତୁଆର ମାନ ଯାଞ୍ଚ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି । ସବୁ ଏଜେନ୍ସି ସହ ଛତୁଆର ମାନ ଯାଞ୍ଚ କରି ରିପୋର୍ଟ ଦିଆଯିବ ବୋଲି ସେ କହିଛନ୍ତି । ଛତୁଆର ମାନକୁ ନେଇ ଆଜି ବିଧାନସଭାରେ ଏକାଧିକ ବିଧାୟକ ଉଦବେଗ ପ୍ରକାଶ କରିଛନ୍ତି । ତେବେ ବିଧାୟକମାନଙ୍କ ଉଦବେଗ ପରେ ଛତୁଆର ମାନକୁ ନେଇ ବାଚସ୍ପତି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଦେ୍ର୍ଧଶ ଦେଇଛନ୍ତି । ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାଚସ୍ପତି ସୁରମା ପାଢ଼ୀ ନିଦେ୍ର୍ଧଶ ଦେଇଛନ୍ତି । ଏନେଇ ବାଚସ୍ପତି ସୁରମା ପାଢ଼ୀ ଗୃହ ଭିତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିଦେ୍ର୍ଧଶ ଦେଇଛନ୍ତି । ଏଥିସହ ଗତ ୫ ବର୍ଷ ମଧ୍ୟରେ କେଉଁ ଏଜେନ୍ସୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ତାହାର ବିବରଣୀ ମଧ୍ୟ ବାଚସ୍ପତି ମାଗିଛନ୍ତି ।









