33.1 C
Bhubaneswar
Friday, April 26, 2024
Homeଓଡିଶାଆଜି ସକାଳେ ଚିହ୍ନଟ ହୋଇଥିବା ୧୭ଜଣଙ୍କ ମଧ୍ୟରୁ ୧୬ଜଣ ସୁରଟ୍ ଫେରନ୍ତା

ଆଜି ସକାଳେ ଚିହ୍ନଟ ହୋଇଥିବା ୧୭ଜଣଙ୍କ ମଧ୍ୟରୁ ୧୬ଜଣ ସୁରଟ୍ ଫେରନ୍ତା

ଭୁବନେଶ୍ୱର : ଆଜି ସକାଳେ ରାଜ୍ୟରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୭ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୬ଜଣ ସୁରଟ୍ ପେରନ୍ତା । ଜଣେ ରାଉରକେଲା କଣ୍ଟେନମେଣ୍ଟ ଅଂଚଳର ବୋଲି ଜଣାପଡ଼ିଛି । ସୁରଟ୍‌ରୁ ଫେରିଥିବା ସମସ୍ତ ୧୬ଜଣ ପୁରୁଷ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା ୧୭ଜଣଙ୍କ ମଧ୍ୟରୁ ୧୨ଜଣ ଗଞ୍ଜାମ, ସୁନ୍ଦରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଓ ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ, ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ଛୁଇଁଛି । ସେଥିମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି । ୨ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୨୨୨ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।
https://onakhabar.com/2020/05/09/3-more-corona-positive-identified-in-odisha/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking