24.5 C
Bhubaneswar
Thursday, January 16, 2025
Homeଓଡିଶାଆଜି ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କର ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କର ବନକଲାଗି ନୀତି

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ମାଘ ଶୁଳ୍କ ଷଷ୍ଠ ତିଥିରେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ। ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ,ହରିତାଳ , କସ୍ତୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।

ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନରେ ପ୍ରାୟ ୪ଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟାହ୍ନ ୧ଟାରୁ ୫ଟା ପର୍ଯ୍ୟନ୍ତ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। କିନ୍ତୁ କୋଭିଡ୍‌ ପାଇଁ ଏବେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଥିବାରୁ କେବଳ ସେବୟତମାନେ ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ। ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking