30.1 C
Bhubaneswar
Wednesday, April 24, 2024
Homeଓଡିଶାଭୁବନେଶ୍ୱରଆଜି ରାଜ୍ୟରୁ ଚିହ୍ନଟ ହେଲେ ୮ ଜଣ କୋଭିଡ୍ ପଜିଟିଭ୍

ଆଜି ରାଜ୍ୟରୁ ଚିହ୍ନଟ ହେଲେ ୮ ଜଣ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ଗତ କିଛିଦିନ ଧରି ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ତେବେ ପୁଣି ଥରେ କୋଭିଡର ଚତୁର୍ଥ ଲହର ଆସିବାର ସମ୍ଭାବନା ଦେଖାଦେଇଛି । ଦେଶର କିଛି ରାଜ୍ୟରେ ଏବେ କୋଭିଡର ସଂକ୍ରମଣ ବଢ଼ିବାରେ ଲାଗିଛି ।

ଆଜି ୮ ଜଣ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ଚିହ୍ନଟ ହୋଇଛନ୍ତି । ଆଜି ୧୮ ବର୍ଷରୁ କମ୍ ବୟସର କୌଣସି ପିଲା ସଂକ୍ରମିତ ହୋଇନାହାନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୮ ହଜାର ୩୫୭ରେ ପହଞ୍ଚିଛି ।

ସେହିପରି ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୬୨ ଜଣ ରହିଥିବା ବେଳେ ୧୧୬ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking