30.1 C
Bhubaneswar
Monday, July 8, 2024
Homeଓଡିଶାଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ: ମହାପ୍ରଭୁଙ୍କ ବନକଲାଗି ନୀତି ଆଜି ସମ୍ପନ୍ନ ହେବାକୁ ଯାଉଛି । ଅଣସରର ଚତୁର୍ଦ୍ଦଶୀ ତିଥିରେ ଦତ୍ତ ମହାପାତ୍ର ସେବାୟତଙ୍କ ଦ୍ବାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ଏହି ସମୟରେ ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡ଼ିପ୍ରସାଦ ବିଜେ କରାଯାଇଥାଏ । ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜାଙ୍କୁ ପ୍ରସାଦ ଅର୍ପଣ କରିବେ। ଏହାପରେ ଦତ୍ତମହାପାତ୍ର ସେବାୟତମାନେ ହିଙ୍ଗୁଳ, ହରିତାଳ, କେଶର, କସ୍ତୁରୀ, ଧଳା ଓ କଳା ରଙ୍ଗ ବ୍ୟବହାର କରି ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରିବେ ।
ଚଳିତ ବର୍ଷ ୧୩ ଦିନ ଅଣସର ପଡୁଥିବା ବେଳେ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ଭକ୍ତମାନେ ବଞ୍ଚିତ ରହିବେ। ସେହିପରି ରଥଯାତ୍ରା ଦିନ ମହାପ୍ରଭୁଙ୍କର ନବଯୌବନ ଓ ନେତ୍ରୋତ୍ସବ ପଡୁଥିବାରୁ ଅନେକ ଗୁଡ଼ିଏ ନୀତିକାନ୍ତି ରହିଛି । ସେପଟେ ଦୁଇଦିନ ପରେ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାରୁ ତିନି ରଥର ନିର୍ମାଣ କାର୍ୟ୍ୟ ଶେଷ ପର୍ୟ୍ୟାୟରେ ପହଞ୍ଚିଛି । ରଥଯାତ୍ରାକୁ ନେଇ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତିକୁ ଜୋରଦାର କରାଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking