31.1 C
Bhubaneswar
Sunday, May 19, 2024
Homeଓଡିଶାଆଜି ଚିତାଲାଗି ଅମାବାସ୍ୟା; ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଆଜି ଚିତାଲାଗି ଅମାବାସ୍ୟା; ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ : ଆଜି ପବିତ୍ର ଚିତାଲାଗି ଅମାବାସ୍ୟା। ଶ୍ରୀମନ୍ଦିରେ ହେବ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି। ମହାପ୍ରଭୁଙ୍କ ଠାରେ ରତ୍ନ ଖଚିତ ସୁବର୍ଣ୍ଣ ଚିତା ଲାଗି କରାଯିବ।ସ୍ନାନପୂର୍ଣ୍ଣିମା ପୂର୍ବରୁ ରତ୍ନଖଚିତ ସ୍ୱର୍ଣ୍ଣ ଚିତାକୁ କାଢ଼ି ଦିଆଯାଇଥାଏ । ତାକୁ ପୁଣି ଥରେ ଚିତାଲାଗି ଅମାବାସ୍ୟାରେ ଲାଗି କରାଯାଏ। ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନ ସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟ ଶେଯ ଘରକୁ ବିଜେ କରିଥାନ୍ତି। ଏହା ପରେ ଶ୍ରୀଜିଉଙ୍କ ଝୋବା ମଇଲମ ହୋଇ ଜୟ ବିଜୟ ଦ୍ୱାର ବନ୍ଦ ହୋଇଥାଏ ।

ପରେ ପତି ମହାପାତ୍ର, ବାଡ଼ଗ୍ରାହୀ ଦଇତାମାନେ ରତ୍ନ ସିଂହାସନାଧିଷ୍ଠିତ ଶ୍ରୀଜିଉଙ୍କର ଚିତା ଲାଗି କାର୍ଯ୍ୟ କରିଥାନ୍ତି । ସେହିପରି ଶ୍ରୀଜଗନ୍ନାଥଙ୍କ ସ୍ୱର୍ଣ୍ଣଚିତା ମଝିରେ ରହିଛି ହୀରା । ଚିତାର ୭ଟି ବେଢ଼ରେ ମାଣିକ, ହୀରା, ପାନ୍ନା ଖଞ୍ଜା ହୋଇଛି। ସପ୍ତମ ବେଢ଼ର ଶୀର୍ଷରେ ପାନପତ୍ର ଆକୃତିର ଏକ ହୀରା ରହିଛି । ତାକୁ କୁହାଯାଏ ବ୍ରହ୍ମଜ୍ୟୋତି ହୀରା । ଦେବୀ ସୁଭଦ୍ରାଙ୍କ ଚିତା ମଝିରେ ଏକ ବଡ଼ ମାଣିକ ପଥର ରହିଛି। ସେହିପରି ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଧୂପରେ ଚିତଉ ପିଠା ଲାଗି ହେବାର ପରମ୍ପରା ଥିବା ବେଳେ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking