16.1 C
Bhubaneswar
Tuesday, January 7, 2025
Homeଓଡିଶାଆଜି ଆଲୋକର ପର୍ବ ଦୀପାବଳି, ଗାଁଠୁ ସହର ସବୁ ଚଳଚଞ୍ଚଳ

ଆଜି ଆଲୋକର ପର୍ବ ଦୀପାବଳି, ଗାଁଠୁ ସହର ସବୁ ଚଳଚଞ୍ଚଳ

ଭୁବନେଶ୍ୱର: ଆଜି ଆଲୋକର ପର୍ବ ଦୀପାବଳି । ଗାଁଠୁ ସହର ସବୁ ଚଳଚଞ୍ଚଳ। ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି ଘର । ସନ୍ଧ୍ୟାରେ ବାଣ ଫୁଟାଇ ଖୁସି ମନାଇବେ ଲୋକ । ସନ୍ଧ୍ୟା ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ବାଣ ଫୁଟାଇବା ପାଇଁ ଅନୁମତି ମିଳିଛି । ଆନନ୍ଦ, ଆଲୋକ, ଉତ୍ସାହ, ସୁଖ, ସମୃଦ୍ଧିକୁ ନେଇ ଆସିଛି ଦୀପାବଳି । ଅନ୍ୟାୟ ଉପରେ ନ୍ୟାୟର, ଅଧର୍ମ ଉପରେ ଧର୍ମର, ଅସତ୍ୟ ଉପରେ ସତ୍ୟର ଓ ଅନ୍ଧକାର ଉପରେ ଆଲୋକର ପର୍ବ ହେଉଛି ପବିତ୍ର ଦୀପାବଳି ।

ଚାରିଆଡେ ଖୁସିରେ ଲୋକମାନେ ପାଳୁଛନ୍ତି ଶୁଭ ଦୀପାବଳି । ହିନ୍ଦୁ ପରମ୍ପରାରେ ଆଲୋକର ଏକ ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି। ଅନ୍ଧକାର ହେଲା ଦୁଷ୍ଟ ତଥା ନକାରାତ୍ମକ ଶକ୍ତିର ପ୍ରତୀକ ଆଉ ଆଲୋକ ଅର୍ଥ ପବିତ୍ରତା। ତେଣୁ ଘରକୁ ଆଲୋକମାଳାରେ ସଜାଇ ନକରାତ୍ମକ ଶକ୍ତିକୁ ଘରୁ ବାହାର କରିଦେବାକୁ ଲୋକେ ଏହି ପର୍ବ ପାଳନ କରନ୍ତି। ଦୀପାବଳି ସାଙ୍ଗକୁ ସାରା ଦେଶରେ ଆରମ୍ଭ ହୋଇଛି ମା କାଳୀଙ୍କ ପୂଜା। ବିଭିନ୍ନ ସ୍ଥାନରେ ମା କାଳୀଙ୍କ ପୂଜା ପାଇଁ ଉତ୍ସବ ମୁଖର ହୋଇଉଠିଛି। ରଙ୍ଗୀନ ଆଲୋକ ମାଳା ସଦୃଶ ତୋରଣ ପୂଜା ମଣ୍ଡପକୁ ବେଶ ଆକର୍ଷିତ କରୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking