ପୁରୀ: ମହାପ୍ରଭୁଙ୍କ ଦ୍ବାଦଶ ଯାତ୍ରା ମଧ୍ୟରୁ ଦୋଳଯାତ୍ରା ଅନ୍ୟତମ । ସେଥିପାଇଁ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ଅନୁଷ୍ଠିତ ହେବ ସୁନାବେଶ l ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ମଣି ବିମାନରେ ଦୋଳବେଦୀକୁ ବିଜେ କରିବା ସହ ଭକ୍ତଙ୍କ ସହିତ ଅବିର ଓ ଫଗୁ ଲାଗି କରାଯିବ। । ଏନେଇ ଦୋଳ ବେଦି କୁ ସମ୍ପୂର୍ଣ୍ଣ ପ୍ରସ୍ତୁତ କରାଯାଉଛି । ସେପଟେ ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି l ଏହି ଦିନ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ମଣି ବିମାନରେ ଦୋଳବେଦୀକୁ ବିଜେ କରିବା ସହ ଭକ୍ତଙ୍କ ସହିତ ଫଗୁ ଓ ଅବିର ଖେଳିଥାନ୍ତି l ଦୋଳବେଦୀରେ ମହାପ୍ରଭୁଙ୍କୁ ଦର୍ଶନ କଲେ ମହାପୁଣ୍ୟ ମିଳେ ବୋଲି ବର୍ଣ୍ଣିତ ରହିଛି । ଦୋଳପୂର୍ଣ୍ଣିମା ପାଇଁ ରାତ୍ର ୩ ରୁ ଦ୍ୱାରଫିଟା ନୀତି ଅନୁଷ୍ଠିତ ହୋଇଛି l