40.1 C
Bhubaneswar
Tuesday, April 30, 2024
Homeଓଡିଶାଆଜି ଇଦ୍-ଉଲ-ଫିତର

ଆଜି ଇଦ୍-ଉଲ-ଫିତର

ଭୁବନେଶ୍ୱର : ଆନନ୍ଦ ଉତ୍ସାହର ସହ ଆଜି ପାଳିତ ହେବ ଇଦ୍-ଉଲ-ଫିତର । କଟକସ୍ଥିତ ଅଞ୍ଜୁମନ ଇସଲାମିୟା ଚାନ୍ଦ କମିଟି ଆଜି ଇଦ୍ ପାଳନ ପାଇଁ ନିଷ୍ପତ୍ତି ନେଇଥିଲା । ଇଦ୍ ନେଇ ଭାଇଚାରର ସହର କଟକରେ ଇସଲାମ ଧର୍ମାବଲମ୍ବୀଙ୍କ ଭିତରେ ବେଶ ଉତ୍ସାହ ଦେଖିବାକୁ ମିଳିଛି । ବିଭିନ୍ନ ମସଜିଦରେ ସମୂହ ନମାଜ ପାଠ ପଢିବା ପାଇଁ ପ୍ରସ୍ତୁତି କରାଯାଇଛି I ନିଷ୍ଠାର ସହ ପୂରା ମାସ ପବିତ୍ର ରୋଜା ବା ଉପବାସ ପାଳିଥିଲେ ଇସଲାମ ଧର୍ମାବଲମ୍ବୀ। ଅନ୍ୟପକ୍ଷରେ ଭଦ୍ରକ ସହରରେ ବି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୂଚନାଯୋଗ୍ୟ, ମଙ୍ଗଳବାର ଆକାଶରେ ଚାନ୍ଦ(ଚନ୍ଦ୍ର) ଦେଖାନଯିବା କାରଣରୁ ଗୁରୁବାର ଇଦ୍ ପାଳନ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଇସଲାମିକ ପରମ୍ପରା ଅନୁସାରେ, ଇଦ୍ ପର୍ବ ପାଳନ ପାଇଁ ଚାନ୍ଦ ଦୃଶ୍ୟମାନ ହେବା ଜରୁରୀ । ଯଦି ପବିତ୍ର ରମଜାନ୍ ମାସର ୨୯ତମ ଦିନରେ ଚାନ୍ଦ ଦୃଶ୍ୟମାନ ନହୁଏ ତା’ହେଲେ ୩୦ତମ ଦିନ ଉପବାସ କରାଯାଏ ଓ ତା’ର ପରଦିନ ଇଦ୍ ଉଲ-ଫିତର ପାଳନ କରାଯାଏ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking