21.1 C
Bhubaneswar
Monday, January 27, 2025
Homeଆନ୍ତର୍ଜାତୀୟ ମାତୃଭାଷା ଦିବସ-2024ଆଜି ଅନ୍ତର୍ଜାତୀୟ ମାତୃଭାଷା ଦିବସ

ଆଜି ଅନ୍ତର୍ଜାତୀୟ ମାତୃଭାଷା ଦିବସ

ନୂଆଦିଲ୍ଲୀ : ଆଜି ହେଉଛି ଅନ୍ତର୍ଜାତୀୟ ମାତୃଭାଷା ଦିବସ। ୨୦୦୦ ମସିହାଠାରୁ ୟୁନେସ୍କୋ ପକ୍ଷରୁ ପ୍ରତି ବର୍ଷ ଫେବ୍ରୁଆରି ୨୧ ତାରିଖକୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ଭାବେ ପାଳନ କରାଯାଉଛି। ପ୍ରତିବର୍ଷ ଗୋଟିଏ ଗୋଟିଏ ଥିମକୁ ନେଇ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷର ଥିମ୍ ରହିଛି ‘ବହୁଭାଷୀ ଶିକ୍ଷା – ଶିକ୍ଷାକୁ ପରିବର୍ତ୍ତନ କରିବା ପାଇଁ ଆବଶ୍ୟକତା।’ ବିଶ୍ଵରେ ଭାଷା ଏବଂ ସାଂସ୍କୃତିକ ବିବିଧତାକୁ ପ୍ରୋତ୍ସାହିତ କରିବା ଏବଂ ଲୋକଙ୍କ ମଧ୍ୟରେ ମାତୃଭାଷା ପ୍ରତି ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତି ବର୍ଷ ଫେବ୍ରୁଆରି ୨୧ ତାରିଖକୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ କରାଯାଉଛି। ଭାଷା ହେଉଛି ଏକ ମାତ୍ର ମାଧ୍ୟମ ଯାହା, ଲୋକଙ୍କୁ ପରସ୍ପର ସହ ଯୋଡ଼ି ରଖିବାରେ ସହାୟକ ହୋଇଥାଏ। କେବଳ ସେତିକି ନୁହେଁ ନିଜର ମନ କଥା ହେଉବା ନିଜର କଳା ସଂସ୍କୃତିକୁ ଲୋକଲୋଚନକୁ ଆଣିବାର ମାଧ୍ୟମ ମଧ୍ୟ ପାଲଟିଥାଏ ଭାଷା। ଭାରତରେ ବହୁଭାଷୀ ଲୋକ ବସବାସ କରୁଥିବାବେଳେ ସମସ୍ତଙ୍କୁ ଯୋଡ଼ି ରଖିବାରେ ଭାଷା ଏକ ପ୍ରମୁଖ ମାଧ୍ୟମ ପାଲଟିଛି। ନିଜ ମାତୃଭାଷାର ବ୍ୟବହାର ଏବଂ ପ୍ରଚାର ପ୍ରସାର କରିବାର ଆବଶ୍ୟକତା ରହିଥିବାରୁ ଏହି ଦିନଟି ସମସ୍ତଙ୍କ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking