27.1 C
Bhubaneswar
Saturday, July 27, 2024
Homeଓଡିଶାଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜୋଦ୍ଧାରଣ ବେଶ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗଜୋଦ୍ଧାରଣ ବେଶ

ପୁରୀ: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ। ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ। ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ। ତେବେ ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ। ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ। ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା। ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ।‌ ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ। ସେହି ସ୍ମୃତିରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking