29.1 C
Bhubaneswar
Monday, June 9, 2025
Homeଦେଶ ବିଦେଶଆଜି ପବିତ୍ର ଅକ୍ଷୟ ତୃତୀୟା

ଆଜି ପବିତ୍ର ଅକ୍ଷୟ ତୃତୀୟା

ନୂଆଦିଲ୍ଲୀ: ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥା’ନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି କୁହାଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମା’ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା କରିବା ସହ ପ୍ରାର୍ଥନା କରିଥା’ନ୍ତି । ଏହାବ୍ୟତୀତ ମହାପ୍ରଭୁଙ୍କ ଚନ୍ଦନ ଓ ଚାପ ଯାତ୍ରା ଏହି ଦିନରୁ ହିଁ ଆରମ୍ଭ ହୁଏ । ଏହାସହିତ ଆଜି ମହାପ୍ରଭୁଙ୍କ ରଥ କାଠ ମଧ୍ୟ ଅନୁକୂଳ ହୁଏ । ଧାର୍ମିକ ପରମ୍ପରା ଅନୁସାରେ, ଏହି ଦିନ ଓଡ଼ିଆଙ୍କ ଇଷ୍ଟଦେବ ଶ୍ରୀଜଗନ୍ନାଥଙ୍କ ୪୨ ଦିନ ବ୍ୟାପି ଚାଲିବାକୁ ଥିବା ଚନ୍ଦନ ଯାତ୍ରାର ଶୁଭାରମ୍ଭ ହୋଇଥାଏ ଏବଂ ରଥଯାତ୍ରା ପାଇଁ ରଥ କାର୍ଯ୍ୟର ତଥା କାଠର ଶୁଭ ଅନୁକୂଳ କରାଯାଇଥାଏ । ଯେକୌଣସି ନୂତନ କାର୍ଯ୍ୟର ଶୁଭାରମ୍ଭ ତଥା ଯେପରି ଗୃହାରମ୍ଭ, ନୂଆ ଗହଣା କିଣିବା, ନୂଆ କରି ବ୍ୟବସାୟ ଆରମ୍ଭ କରିବା ଆଦି ଏହି ଦିନରେ ଆରମ୍ଭ କରିବା ଦ୍ୱାରା ଏହା ଶୁଭ ହୋଇଥାଏ ବୋଲି ବିଶ୍ୱାସ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking