35 C
Bhubaneswar
Tuesday, June 25, 2024
Homeଓଡିଶାଆଜି ହେଉଛି ଶେଷ ରଜ

ଆଜି ହେଉଛି ଶେଷ ରଜ

ଭୁବନେଶ୍ୱର : ଆଜି ହେଉଛି ଶେଷ ରଜ । ସବୁଠି ମହାଆଡମ୍ବରରେ ହେଉଛି ଉତ୍ସବ । ଗାଁଠୁ ରାଜଧାନୀ ପର୍ଯ୍ୟନ୍ତ ଚାଲିଛି ରଜ ମଉଜ। କୂଆଁରିଙ୍କ ମନରେ ଅସୁମାରି ଆନନ୍ଦ ଉଲ୍ଲାସ । ନୂଆ ପୋଷକ ପିନ୍ଧି ସଜେଇ ହୋଇ ସାଙ୍ଗସାଥିଙ୍କ ସହ ରଜ ଦୋଳିର ମଜା ନେଇଛନ୍ତି ଝିଅ ଓ ବୋହୂ। ପିଠାପଣାର ମହକରେ ବାସୁଛି ଗାଁ ଗଣ୍ଡା । ସବୁଠି ପୋଡ଼ ପିଠା ସାଙ୍ଗକୁ ରଜ ପାନର ଆଦର। ପିଲାଙ୍କଠାରୁ ଆରମ୍ଭ କରି ବୟସ୍କ ମଧ୍ୟ ରଜ ପାନ ଖାଇ ଉତ୍ସବରେ ସାମିଲ ହୋଇଛନ୍ତି । ଅନେକ ଗାଁରେ ଆୟୋଜିତ ହେଉଛି ଦୋଳି ଓ କବାଡ଼ି ଖେଳ ପ୍ରତିଯୋଗିତା । ରଜ ଏକ କୃଷି ଭିତ୍ତିକ ପର୍ବ ସମସ୍ତ କୃଷିକ କୃଷି କାର୍ଯ୍ୟରୁ ବିରତି ନେଇ ଆନନ୍ଦଉଲ୍ଲାସରେ ମାତି ଯାଇଥାନ୍ତି । ଏହି ପର୍ବକୁ ମାଟି ଓ ମୌସୁମୀର ମିଳନ ପର୍ବ ବୋଲି କୁହାଯାଏ । କାରଣ ଏହି ଦିନଠାରୁ ମୌସୁମୀ ଆସିଥାଏ । ବର୍ଷାର ପହିଲି ବୁନ୍ଦାରେ ଭିଜିଥାନ୍ତି ପୃଥିବୀ ମାତା। ସାଧାରଣତଃ କୃଷକମାନେ ରଜ ସଂକ୍ରାନ୍ତି ପୂର୍ବରୁ ଜମିରେ ଧାନ ବୁଣି ବର୍ଷାର ଆଗମନକୁ ଅପେକ୍ଷା କରିଥାନ୍ତି । ଆଷାଢର ପ୍ରଥମ ବର୍ଷା ପୃଥିବୀକୁ ଶୀତଳ କରିଥାଏ । ରଜ ତିନିଦିନ ଧରା ଉପରେ କୌଣିସ କାର୍ଯ୍ୟ କରାଯାଇନଥାଏ ।ଆଷାଢ଼ ମାସରେ ପ୍ରଥମ ବର୍ଷାର ଆଗମନରେ ମେଘ ଓ ମାଟିର ମିଳନ ହୁଏ । ମାଟି ମା’ ହୁଏ ରଜସ୍ୱଳା । ମାଟି ମା’ ବହୁ କିସମର ଫସଲ ଫଳାଇ ଆମରି ହାତରେ ଅଜାଡ଼ି ଦିଏ । ମା’ଟିଏ ଯେମିତି ପ୍ରଜନନ ପୂର୍ବରୁ ବିଶ୍ରାମ ଆବଶ୍ୟକ କରେ, ସେମିତି ପ୍ରଜନନକ୍ଷମ ହେବାକୁ ଯାଉଥିବା ମାଟି ମା’କୁ ରଜ ତିନିଦିନ ବିଶ୍ରାମ ଦିଆଯାଏ ବୋଲି ଲୋକଙ୍କର ବିଶ୍ୱାସ ରହିଛି । ତିନିଦିନ ଧରି ପାଳିତ ହେଉଥିବା ଏହି ଗଣ ପର୍ବର ଆଜି ତୃତୀୟ ଦିନ । ଚଳଚଞ୍ଚଳ ଗାଁରୁ ସହର । ବିଶେଷ କରି ଗ୍ରାମାଞ୍ଚଳରେ ଏହି ପର୍ବ ଅଧିକ ଉତ୍ସାହର ସହ ପାଳନ ହୋଇଥାଏ । କୁଆଁରୀ ଝିଅ ଠାରୁ ନବ ବିବାହିତା ଝିଅମାନେ ବି ଏହି ପର୍ବ ପାଳନ ନେଇ ନିଜର ଶାଶୂ ଘରୁ ନିଜ ଘରକୁ ଆସିଥାନ୍ତି । ମଉଜମଜଲିସ କରି ପୁଣି ସମସ୍ତେ ନିଜ ନିଜ ସ୍ଥାନକୁ ଫେରିଯାଆନ୍ତି । ଏହି ପର୍ବରେ ପ୍ରତିଟି ଓଡିଆ ଜଡିତ । ରାଜ୍ୟ ବାହାରେ ଥିବା ଓଡିଆ ମଧ୍ୟ ଏହି ଦିନଟିକୁ ପାଳନ ପାଇଁ ନିଜର ସମୟ ବାହାର କରି ପିଠାପଣାର ବ୍ୟବସ୍ଥା କରିବା ସହ ଦୋଳି ଖେଳି ମିଠାପାନ ଖାଇଥାନ୍ତି । ତେବେ ଆଜି ଶେଷ ରଜ ଏବଂ ବସୁମତୀ ସ୍ନାନ । ଏହି ଦିନରେ ମାଟି ମାଆକୁ ପୂଜା କରାଯାଇଥାଏ । ପ୍ରତିଟି ନାରୀଙ୍କୁ ସମ୍ମାନ ଦେବା ଏହି ପର୍ବର ମୁଖ୍ୟ ଉଦ୍ଦେଶ୍ୟ ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking