ଭୁବନେଶ୍ବର: ଆଜି ଶ୍ରାବଣ ମାସର ଶେଷ ସୋମବାର । ରାଜ୍ୟର ସବୁ ଶୈବ ପୀଠରେ କାଉଡ଼ିଆଙ୍କ ପ୍ରବଳ ଭିଡ଼ । ମହାଦେବଙ୍କୁ ଜଳଲାଗି କରୁଛନ୍ତି ଶ୍ରଦ୍ଧାଳୁ । ଶେଷ ସୋମବାର ଥିବାରୁ ରାଜ୍ୟ ଓ ରାଜ୍ୟ ବାହାରୁ ଶ୍ରଦ୍ଧାଳୁମାନେ ବିଭିନ୍ନ ଶୈବପୀଠରେ ଜଳଲାଗି କରିଛନ୍ତି । ଆଜି ଶ୍ରାବଣ ମାସ ପ୍ରଥମ ସୋମବାର ପାଇଁ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଭକ୍ତଙ୍କ ଓ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଦେଖିବା ପାଇଁ ମିଳୁଛି । ଭୋର ୩ ଟାରୁ ଦ୍ୱାର ଫିଟା ଯାଇ ପୂଜର୍ଚ୍ଚନା ଆରମ୍ଭ ହୋଇଥିଲା । ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ସାହାଣ ମେଲା ଦର୍ଶନ । ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେହିପରି ଚଳଚଞ୍ଚଳ ହୋଇ ଉଠିଛି ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ୱରଙ୍କ ପୀଠ । ବାବା ଧବଳେଶ୍ୱରଙ୍କୁ ଜଳ ଲାଗି କରୁଛନ୍ତି କାଉଡ଼ିଆ ।










