20.1 C
Bhubaneswar
Thursday, November 21, 2024
Homeଓଡିଶାଆଜି ମହାପ୍ରଭୁଙ୍କ ନେତ୍ରୋତ୍ସବ

ଆଜି ମହାପ୍ରଭୁଙ୍କ ନେତ୍ରୋତ୍ସବ

ପୁରୀ : ଶ୍ରୀଜୀଉମାନେ ଆଷାଢ଼ ଅମାବାସ୍ୟା ତଥା ଉଭା ଅମାବାସ୍ୟା ତିଥିରେ ଧାରଣ କରୁଥିବା ବିଶେଷ ବେଶ ଅଟେ । ସ୍ନାନପୂର୍ଣ୍ଣିମାର ସ୍ନାନ ପରେ ଠାକୁରମାନେ ଅଣସର ଘରେ ଯାଇ ରହନ୍ତି । ପନ୍ଦର ଦିନ ଭକ୍ତମାନେ ତାଙ୍କର ଦର୍ଶନ ଲାଭରୁ ବଞ୍ଚିତ ହୁଅନ୍ତି । ଅଣସର ଶେଷରେ ପୁଣି ସେ ଯେଉଁଦିନ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ତାହାକୁ ନବଯୌବନ ଦର୍ଶନ କୁହାଯାଏ । ଲଗାତାର ଦୁଇ ବର୍ଷ ହେବ କରୋନା ପାଇଁ ମହାପ୍ରଭୁଙ୍କ ଏହି ନେତ୍ରୋତ୍ସବ ଦର୍ଶନରୁ ଭକ୍ତମାନେ ବଞ୍ଚିତ ହୋଇଛନ୍ତି। ମହାପ୍ରଭୁଙ୍କ ନେତ୍ରୋତ୍ସବ ଓ ଉଭାଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ । ଆଜି ଉଭାଯାତ୍ରା ଦିନ ସକାଳ ୪ଟାରୁ ସକାଳ ୬.୩୦ ଯାଏଁ, ମଧ୍ୟାହ୍ନ ୧୨ଟା ୩୦ରୁ ଅପରାହ୍ନ ୧ଟା ୩୦ ଯାଏଁ ଏବଂ ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୫ଟା ଯାଏଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ କରିପାରିବେ ଭକ୍ତ ।

ସେହିପରି ସକାଳ ୬.୩୦ରୁ ଦିନ ପ୍ରାୟ ୧୨ଟା ୩୦ ଯାଏଁ ଏବଂ ଅପରାହ୍ନ ୧ଟା ୩୦ରୁ ୩ଟା ୩୦ ଯାଏଁ ଦର୍ଶନ ବନ୍ଦ ରହିବ । ଶ୍ରୀଗୁଣ୍ଡିଚା ଯାତ୍ରା ନୀତିକାନ୍ତି ତଥା ନିର୍ଦ୍ଧାରିତ ସମୟରେ ପହଣ୍ଡି ସମ୍ପାଦନ ସକାଶେ ପ୍ରସ୍ତୁତି ପାଇଁ ଉଭାଯାତ୍ରା ଦିନ ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆସନ୍ତାକାଲି ସକାଳଧୂପ ଶେଷ ହେବାପରେ ରଥଖଳାକୁ ଆଜ୍ଞାମାଳ ବିଜେ ହେବ।

୩ ରଥର ପୂଜାପଣ୍ତା ସାମନ୍ତଙ୍କ ଦ୍ୱାରା ରଥ ଆଜ୍ଞାମାଳ ବିଜେପରେ ଆରମ୍ଭ ହେବ ରଥଟଣା। ରଥଖଳାରୁ ସିଂହଦ୍ୱାରକୁ ପୋଲିସ ଅଧିକାରୀ ଏବଂ ଭକ୍ତମାନେ ଟାଣି ନେଇଯିବେ ତିନିରଥକୁ। ପରମ୍ପରା ଅନୁଯାୟୀ ପ୍ରଥମେ ନନ୍ଦିଘୋଷ, ପରେ ଦର୍ପଦଳନ ଓ ଶେଷରେ ତାଳଧ୍ୱଜ ରଥ ଟଣାଯାଇ ସିଂହଦ୍ୱାରକୁ ଅଣାଯିବ। ୩ ରଥର ନିର୍ମାଣ କାର୍ଯ୍ୟ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିସାରିଛି । ଆସନ୍ତା କାଲି ତିନିରଥ ସିଂହଦ୍ୱାରରେ ପହଞ୍ଚି ସାରିବା ପରେ ପବିତ୍ର ଘୋଷଯାତ୍ରା କୁ ସମସ୍ତ ଭକ୍ତଙ୍କ ଅପେକ୍ଷା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking