27.1 C
Bhubaneswar
Thursday, April 25, 2024
Homeଓଡିଶାଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ଆଜି ମହାପ୍ରଭୁଙ୍କ ନବଯୌବନ ଦର୍ଶନ

ପୁରୀ: ଗତ ଦୁଇବର୍ଷ ପରେ ଆସନ୍ତାକାଲି ନବଯୌବନ ରୂପରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ୧୫ ଦିନର ଅନବସର ପରେ ମହାପ୍ରଭୁ ଏବେ ସୁସ୍ଥ ହୋଇଛନ୍ତି । ନବଯୌବନ ଦର୍ଶନ ପାଇଁ ଜିଲ୍ଲା ପ୍ରଶାସନ ଓ ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ଆୟୋଜନ କରାଯାଇଛି । ସକାଳ ୮ଟାରୁ ୯ଟା ପର୍ଯ୍ୟନ୍ତ ପରିମାଣିକ ବା ଟିକେଟ ଦର୍ଶନ ପରେ ୯ଟା ରୁ ୧୦ଟା ୩୦ ପର୍ଯ୍ୟନ୍ତ ହେବ ସର୍ବସାଧାରଣ ଦର୍ଶନ । ସେହିପରି ଅପରାହ୍ନ ୨ଟା ରୁ ୩ଟା, ସନ୍ଧ୍ୟା ୬ଟା ରୁ ୬ଟା ୩୦, ରାତି ୯ଟାରୁ ୧୦ଟା ୩୦ ଓ ରାତି ୧୧ଟା ୩୦ରୁ ୧୨ଟା ୩୦ ଯାଏଁ ଭକ୍ତମାନେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରିପାରିବେ ।

ନବଯୌବନ ଦର୍ଶନ ପାଇଁ ପ୍ରଶାସନ ଓ ସେବାୟତଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ତେବେ ଚଳିତବର୍ଷ ଦୁଇ ଦିନ ନବଯୌବନ ଦର୍ଶନ ପଡୁଥିବାରୁ ଗୁରୁବାର ମଧ୍ୟ ନବଯୌବନ ଦର୍ଶନ ଦେବେ ମହାପ୍ରଭୁ । ସକାଳ ୪ଟାରୁ ୬ଟା ୩୦, ମଧ୍ୟାହ୍ନ ୧୨ଟା ୩୦ରୁ ୧ଟା ୩୦, ଅପରାହ୍ନ ୩ଟା ୩୦ରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ଜାରି ରହିବ । ଶ୍ରୀଗୁଣ୍ଡିଚା ନୀତି କାନ୍ତି ଓ ପହଣ୍ଡି ପ୍ରସ୍ତୁତି ପାଇଁ ଗୁରୁବାର ସନ୍ଧ୍ୟା ୫ଟାରୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବ ନାହିଁ । ଅନ୍ୟପଟେ ନବଯୌବନ ଦର୍ଶନ ପାଇଁ ସିଂହଦ୍ୱାରରେ ବ୍ୟାରିକେଡ଼ ମାଧ୍ୟମରେ ପ୍ରବେଶର ବ୍ୟବସ୍ଥା ହୋଇଥିବା ବେଳେ ଅନ୍ୟ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ଓ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking